ବହଳଦା ପୋଲିସର ଚଢ଼ାଉ :୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ମଦ ଜବତ

ବହଳଦା,୧୪ା୮(ଡି.ଏନ୍‌.ଏ.)- ଅରୁଣାଚଳ ପ୍ରଦେଶରୁ ନକଲି ବିଦେଶୀ ମଦ ଚୋରା ଚାଲାଣର ଚେର ମୟୂରଭଞ୍ଜ ଜିଲା ବହଳଦା ପର୍ଯ୍ୟନ୍ତ ଲମ୍ବିଛି। ଏହାର ପର୍ଦ୍ଦାଫାଶ କରି ବହଳଦା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସର ଚଢ଼ାଉ ଫଳରେ ପ୍ରାୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ବିଦେଶୀ ମଦ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ସୋମବାର ରାତିରେ ବହଳଦା ପୋଲିସ କୌଣସି ସୂତ୍ରରୁ ଖବରପାଇ ଅତର୍କିତ ଚଢ଼ାଉ କରିଥିଲା। ଥାନା ଆଇଆଇସି ବୀରେନ୍ଦ୍ର ସେନାପତିଙ୍କ ନେତୃତ୍ୱରେ ଏସଆଇ ଭାସ୍କର ପ୍ରଧାନ, ଏଏସଆଇ କେ.ସି ପାତ୍ର, ବିକାଶ ସେଠୀ ପ୍ରମୁଖ ବହଳଦା ବ୍ୟାଙ୍କ ଅଫ ଇଣ୍ଡିଆ ରାସ୍ତା ନିକଟରେ ଏକ ଦଶଚକିଆ ଟ୍ରକ(ନଂ.ଏନଲ୦୨କେ-୨୨୯୪)ରୁ ଅନଲୋଡ ହେଉଥିବା ଏହି ବିପୁଳ ପରିମାଣର ନକଲି ମଦ ଜବତ କରିଥିଲେ। ଅରୁଣାଚଳ ପ୍ରଦେଶରୁ ଆସିଥିବା ଏହି ମଦ ସ୍ଥାନୀୟ ଜନୈକ ମଦ ବ୍ୟବସାୟୀଙ୍କ ବୋଲି ଆଲୋଚନା ହେଉଛି। ଗାଡ଼ିର ଡ୍ରାଇଭର ଓ ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୋଲିସ ଅନଲୋଡ କରୁଥିବା ୩ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ମୟୂରଭଞ୍ଜ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ଜାଗାରେ ଥିବା ଲାଇସେନ୍ସ ପ୍ରାପ୍ତ ମଦ ଦୋକାନ ନିଲାମର ଦୁଇଦିନ ପରେ ରାଜ୍ୟ ବାହାରୁ ବିପୁଳ ପରିମାଣର ମଦ ଆସିବା ସମସ୍ତଙ୍କୁ ଚକିତ କରିଛି ା ବହଳଦା ଅବକାରୀ କାର୍ଯ୍ୟାଳୟଠାରୁ ମାତ୍ର ଶହେ ମିଟର ଦୂରରେ ଏତେ ବଡ଼ କାରନାମା ଘଟିଥିଲେ ମଧ୍ୟ ସ୍ଥାନୀୟ ଅବକାରୀ ବିଭାଗ ପାଖରେ ଏନେଇ କୌଣସି ସୂଚନା ନ ଥିବା ବିଭାଗର ସାଧୁତା ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି ା ତେବେ ଅରୁଣାଚଳ ପ୍ରଦେଶରୁ ବହଳଦାରେ ପହଞ୍ଚିବାକୁ ହେଲେ ଶହ ଶହ ଥାନା ଓ ଗେଟ ଅତିକ୍ରମ କରିବାକୁ ପଡୁଥିବା ବେଳେ ଅନାୟାସରେ ଲକ୍ଷାଧିକ ଟଙ୍କାର ନକଲି ମଦ କିପରି ଆସିଲା ତାହା ତଦନ୍ତ ସାପେକ୍ଷ ା


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri