ବହିରାଗତଙ୍କୁ ଗଁ। ମନା

ଢେଙ୍କାନାଳ ଅଫିସ, ୨୯।୩ – ଦିନକୁ ଦିନ ଅଧିକ ଭୟାବହ ହେଉଛି କରୋନା। ସଂକ୍ରମଣରେ ମୃତକ ଏବଂ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ସଙ୍ଗରୋଧ, ସାମାଜିକ ଦୂରତା, ସ୍ବଚ୍ଛତା ଏବଂ ସତର୍କତା ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି ସରକାର। ଲକ୍‌ଡାଉନ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତଥାପି ସହରାଞ୍ଚଳରେ ଅନେକେ ନିୟମ ଉଲ୍ଲଂଘନ କରିବାକୁ ପଛାଉନାହାନ୍ତି। ହେଲେ ଗ୍ରାମାଞ୍ଚଳ କଥା ଅଲଗା। ଏଠାକାର ଲୋକମାନେ ସହରବାସୀଙ୍କ ଅପେକ୍ଷା ଅଧିକ ସଚେତନ ଥିବା ଦେଖିବାକୁ ମିଳିଛି। ଗଁ। ର ବରିଷ୍ଠ ଲୋକମାନେ ଯୁବଗୋଷ୍ଠୀଙ୍କ ସହାୟତାରେ ସଚେତନତା କାର୍ଯ୍ୟକ୍ରମକୁ ଆଗକୁ ନେଉଛନ୍ତି। ଢେଙ୍କାନାଳ ଜିଲାର ଅନେକ ଗ୍ରାମର ପ୍ରବେଶ ପଥରେ ବାଉଁଶ ବାଡ଼ ତିଆରି କରାଯାଇଛି। ଗଁା ଭିତରକୁ ବହିରାଗତଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ସାନିଟାଇଜର, ସାବୁନରେ ହାତ ସଫା କରିବା ଉପରେ ଗୁରୁତ୍ୱ ଦିଆଯାଉଥିବାବେଳ ସମସ୍ତେ ମାସ୍କ ବ୍ୟବହାର କରୁଛନ୍ତି।
ଢେଙ୍କାନାଳ ସହରଠାରୁ ୫କିମି ଦୂରରେ ଅବସ୍ଥିତ ଶୁଆଖାଇକାଟେଣୀ ପଞ୍ଚାୟତର ରଞ୍ଜା ଗ୍ରାମରେ କରୋନା ସଂକ୍ରମଣ ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଅଞ୍ଚଳର ଯୁବଗୋଷ୍ଠୀ ସଚେତନତା ଦାୟିତ୍ୱ ନିଜ କାନ୍ଧକୁ ନେଇଛନ୍ତି। ସେମାନେ ଘର ଘର ବୁଲି ଲୋକଙ୍କୁ ସଚେତନ କରାଉଛନ୍ତି। ଗ୍ରାମର ମହିଳାମାନେ ମଧ୍ୟ ଛୋଟ ପିଲାଙ୍କୁ ହ୍ୟାଣ୍ଡଓ୍ବାଶ ଏବଂ ସାନିଟାଇଜରରେ ହାତ ପରିଷ୍କାର କରି ଧୋଇବାକୁ ପରାମର୍ଶ ଦେଉଛନ୍ତି। ଜରୁରୀ କାର୍ଯ୍ୟ ନ ଥିଲେ କେହି ବାହାରକୁ ନ ବାହାରିବାକୁ ବାରମ୍ବାର କୁହାଯାଉଛି। ବାହାରକୁ ଯାଇ ଫେରୁଥିବା ଲୋକଙ୍କୁ ଗଁାରେ ପଶିବା ଆଗରୁ ହାତଗୋଡ଼ ଧୋଇବା ବ୍ୟବସ୍ଥା କରାଯାଇଛି।
ସେହିପରି କଙ୍କଡ଼ାହାଡ଼ ବ୍ଲକର ଶୀତଳବସା ଗ୍ରାମର ଡାଇମଣ୍ଡ ୟୁଥ୍‌ କ୍ଲବ ପକ୍ଷରୁ ମଧ୍ୟ ଲକ୍‌ଡାଉନ୍‌ ନିୟମକୁ କଡାକଡି ଭାବେ ପାଳନ କରିବା ଲାଗି ସଚେତନତା ପ୍ରଚାର କରାଯାଉଛି। କ୍ଲବ ସଭାପତି ସାତୁକ ମହାନ୍ତ, ସମ୍ପାଦକ ଶିବୁ ମହାନ୍ତ ପ୍ରମୁଖ ସମସ୍ତ ସଦସ୍ୟ ଏଥିରେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…

ଭଞ୍ଜନଗର ଥାନା ସମ୍ମୁଖରେ ବିଦ୍ୟୁତ୍ ଖୁଣ୍ଟରେ ନିଆଁ: ସଟ୍ ସର୍କିଟ୍ ଯୋଗୁଁ ହୁ ହୁ ହୋଇ ଜଳିଲା ତାର, ଭୟଭୀତ ହେଲେ…

ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…

ଦିଗପହଣ୍ଡି ଶ୍ରୀ ଗୁଣ୍ଡିଚା ମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନ: ରାମ-ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ, ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଗୁରୁବାର ପବିତ୍ର ନବମୀ ସନ୍ଧ୍ୟା ଦର୍ଶନ ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ…

ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ, ଯୁକ୍ତ ୨ ନୂତନ ଛାତ୍ରୀଙ୍କୁ ସ୍ବାଗତ

ଭଞ୍ଜନଗର, ,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଗୁରୁବାର ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିସହ ଯୁକ୍ତ ୨ ପ୍ରଥମ ବର୍ଷର ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri