କୁଆମରା,୨୯।୪(ଡି.ଏନ୍.ଏ.)-କରୋନା ଯୋଗୁ ବହିରାଗତଙ୍କୁୁ ନେଇ ପ୍ରଶାସନର ଚିନ୍ତା ବଢିଛି। ପୂର୍ବରୁ ବାହାର ରାଜ୍ୟ ଓ ଜିଲାକୁ ଯାଇଥିବା ଶ୍ରମିକମାନେ ଏବେ ଲୁଚିଛପି ରାତିରେ ଚାଲିଚାଲି ନିଜ ନିଜ ଗାଁକୁ ପଳାଇ ଆସୁଛନ୍ତି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ସହ ସେମାନଙ୍କୁ ବାରଣ କରାଯିବା ନେଇ ବିଭିନ୍ନ ସ୍ଥାନରେ ଗଣ୍ଡଗୋଳର ସୂତ୍ରପାତ ଘଟୁଛି। ମଙ୍ଗଳବାର ଏହିପରି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ଆରପଟା ପଞ୍ଚାୟତର ଆରପଟା ଗ୍ରାମରେ। ଏହି ଗାଁର ୨ ଜଣ ବ୍ୟକ୍ତି ବାଲେଶ୍ୱର ଜିଲାର ଏକ ଚିଙ୍ଗୁଡିଘେରିରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଲକ୍ଡାଉନ ଯୋଗୁ କାର୍ଯ୍ୟ ବନ୍ଦ ହୋଇଯିବାରୁ ଉଭୟ ସେଠାରେ ବହୁ କଷ୍ଟରେ ଚଳୁଥିଲେ। ଖାଇବାକୁ ନ ପାଇ ସେମାନେ ସୋମବାର ରାତିରେ ଚାଲି ଚାଲି ପଳାଇ ଆସି ମଙ୍ଗଳବାର ସକାଳେ ଗ୍ରାମରେ ପହଞ୍ଚି ଥିଲେ। ମାତ୍ର ଗ୍ରାମବାସୀ ବିରୋଧ କରିବାରୁ ସରପଞ୍ଚଙ୍କ ନିର୍ଦ୍ଦେଶକ୍ରମେ ଉଭୟଙ୍କୁ ଆଶ୍ରମ ସ୍କୁଲରେ ରଖାଯାଇଥିଲା। ମାତ୍ର ଆଶ୍ରମ ସ୍କୁଲକୁ ଲାଗି ରହିଥିବା ହରିବଂଶ ସାହିର ଲୋକେ ମଧ୍ୟ ସେମାନଙ୍କ ରହଣିକୁ ବିରୋଧ କରିଥିଲେ। ଫଳରେ ଦୁଇଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜି ଥିଲା। ଖବରପାଇ ସ୍ଥାନୀୟ ତହସିଲଦାର, ଅତିରିକ୍ତ ତହସିଲଦାର, ବିଡିଓ, ଆରଆଇ, ସରପଞ୍ଚ ଏବଂ ପୋଲିସ ପହଞ୍ଚି ଉଭୟ ପକ୍ଷଙ୍କ ସହ ଆଲୋଚନା କରିବା ପରେ ୨ ବହିରାଗତଙ୍କୁ ସେହି ବିଦ୍ୟାଳୟରେ ରଖାଯାଇଛି। ସେହିିଭଳି କୁଶଳଦା, ରାଣିବନ୍ଧ, ପୁରୁଣା ବାରିପଦା, ଜୟପୁର ଆଦି ପଞ୍ଚାୟତରେ ୬୦ରୁ ଊର୍ଦ୍ଧ୍ୱ ବହିରାଗତଙ୍କୁ ସ୍ଥାନୀୟ ବିଦ୍ୟାଳୟଗୁଡିକରେ ରଖାଯାଇଛି। ସେମାନଙ୍କ ପାଇଁ ସରକାରଙ୍କ ଯୋଜନା ଅନୁଯାୟୀ ସ୍ବୟଂସହାୟିକା ଗୋଷ୍ଠୀ ଦ୍ୱାରା ରନ୍ଧାଖାଦ୍ୟ ପ୍ରଦାନ କରାଯାଉଥିବା ବିଡିଓ ରବୀନ୍ଦ୍ର ମଲ୍ଲିକ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍ପରଙ୍କ ଜୀବନ, ଚାଳକ…
ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଫାସଡ୍ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍ପର…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ…
ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…
ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…
Archives

