ବହିରେ ସ୍ଥାନ ପାଇଲା ଝୁଲିମାଙ୍କ କାହାଣୀ

ଫୁଲବାଣୀ ଅଫିସ, ୨୮ା୧- କନ୍ଧମାଳ ଜିଲା ବାନ୍ଦୁଡ଼ି ଗାଁର ଭି-ଆୱାଡ୍‌ ବିଜେତା ଝୁଲିମା ମଲ୍ଲିକଙ୍କୁ ନେଇ ପୁଣି ସାରା ଦେଶରେ ଚର୍ଚ୍ଚା ା ରାଜସ୍ଥାନ ଜୟପୁରରେ ଚାଲିଥିବା ଜୟପୁର ଲିଟେରାସି ଫେଷ୍ଟିଭାଲ୍‌ରେ ଉନ୍ମୋଚିତ ପୁସ୍ତକ ‘ଉଇ ଆର ଦି ଚାମ୍ପିୟନ୍‌ସ୍‌’ରେ ଝୁଲିମାଙ୍କ କାହାଣୀ ସ୍ଥାନ ପାଇଛି। ସୁନାମଧନ୍ୟ ଲେଖିକା ରଶ୍ମି ବଂଶଲ୍‌ ଓ ଦେବେନ୍ଦ୍ର ତକ୍‌ଙ୍କ ଦ୍ୱାରା ଲିଖିତ ଏହି ପୁସ୍ତକରେ ଦେଶର ସମୁଦାୟ ୧୫ଜଣ ସାମାଜିକ ପରିବର୍ତ୍ତନକାରୀ ବ୍ୟକ୍ତିତ୍ୱଙ୍କ କାହଣୀ ସ୍ଥାନ ପାଇଛି। ବାଲ୍ୟବିବାହକୁ ବନ୍ଦ କରିବା, ବାଳିକା ଶିକ୍ଷାକୁ ପ୍ରୋତ୍ସାହନ ଦେବା ଦିଗରେ ଝୁଲିମାଙ୍କ ସଂଘର୍ଷର କାହାଣୀ ଉକ୍ତ ପୁସ୍ତକରେ ଲେଖାଯାଇଛି। ରାଜସ୍ଥାନ ରାଜକୁମାରୀ ତଥା ଏମ୍‌ପି ଦୀୟା କୁମାରୀ, ଆନ୍ତର୍ଜାତିକ ସଂସ୍ଥା ସେଭ୍‌ ଦି ଚେଲ୍‌ଡ୍ରେନର ଭାରତ ମୁଖ୍ୟ ବିଦିଶା ପିଲ୍ଲାଇ, ଅଧ୍ୟକ୍ଷ୍ୟ ଅରୁଣ ମାଇରା, ଲେଖିକା ରଶ୍ମି ବଂଶଲ୍‌ ଓ ଝୁଲିମାଙ୍କ ଉପସ୍ଥିତିିରେ ପୁସ୍ତକ ଉନ୍ମୋଚନ କରାଯାଇଥିଲା। ଏହି ଅବସରରେ ଝୁଲିମାଙ୍କ ସଂଘର୍ଷକୁ ଲେଖିକା ବଂଶଲ୍‌ ପ୍ରଶଂସା କରିବା ସହିତ ଏଭଳି ପ୍ରତିଭାଙ୍କୁ ଚିହ୍ନଟ କରି ଲୋକଲୋଚନକୁ ଆଣିବାର ଆବଶ୍ୟକ ଥିବା କହିଥିଲେ। ଏକ ଅପହଞ୍ଚ ଆଦିବାସୀ ଗ୍ରାମର ଝିଅ ଝୁଲିମାଙ୍କ ସହିତ ମିଶିବା ପରେ ସେ ଅତ୍ୟନ୍ତ ପ୍ରଭାବିତ ହୋଇ ତାଙ୍କ ସଂଗ୍ରାମର କାହାଣୀକୁ ବହିରେ ପ୍ରକାଶ କରିଥିବା ବଂଶଲ କହିଥିଲେ ା ଏହି ଖବର ପ୍ରଚାରିତ ହେବାପରେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଝୁଲିମାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୪ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri