ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଥରପେଣ୍ଠ ଗ୍ରାମର ପିଡିଏସ ସାମଗ୍ରୀ ବିକ୍ରି କରୁଥିବା କଣ୍ଟ୍ରୋଲ ଡିଲରଙ୍କୁ ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ର ବହିଷ୍କୃତ କରିଛନ୍ତି ା ପଥରପେଣ୍ଠ ଗ୍ରାମର କଣ୍ଟ୍ରୋଲ ଡିଲର ଅଜିତ୍ ମଳ୍ଲିକ ପିଡିଏସ ଚାଉଳ ଦେବାରେ ହେରଫେର କରିବା ସହିତ କାଗଜପତ୍ର ହେରଫେର ଓ ଆକାଉଣ୍ଟ ଖାତାରେ ଟଙ୍କା ଠିକ୍ ଭାବେ ଉଲ୍ଲେଖ ନ କରିବା ସହିତ ଲୋକମାନଙ୍କୁ ଚାଉଳ ଦେବା ପରିବର୍ତ୍ତେ ଟଙ୍କା ଦେଉଥିବା ଅଭିଯୋଗ ହୋଇଥିଲା ା ବାହାନଗା ବ୍ଲକ ମାର୍କେଟିଂ ଅଧିକାରିଣୀ ଏଲିନା ସାହୁ ତଦନ୍ତ କରି ବାଲେଶ୍ୱର ଉପଜିଲାପାଳଙ୍କୁ ରିପୋର୍ଟ ଦେଇଥିଲେ ା ତଦନ୍ତ ରିପୋର୍ଟକୁ ଉପଜିଲାପାଳ ଦେଖି ସମସ୍ତ ଖାତାପତ୍ର ନିଜେ ଯାଞ୍ଚ କରିବା ପରେ ଡିଲର ଅଜିତ ମଲ୍ଲିକଙ୍କୁ ବହିଷ୍କାର କରିଛନ୍ତି ା ଚଳିତ ମାସ ୬ତାରିଖରେ ସେ ଲୋକମାନଙ୍କୁ ଚାଉଳ ପରିବର୍ତ୍ତେ ଟଙ୍କା ଦେଉଥିବା ବେଳେ ତାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତଦନ୍ତ ଆରମ୍ଭ ହୋଇଥିଲା। ତଦନ୍ତ ପରେ ଉପଜିଲାପାଳ ଚିଠି ନମ୍ବର ୨୦୦/୨୦୨୦ରେ ତାଙ୍କୁ ବହିଷ୍କାର କରିଥିଲେ ା
Posted inHome, ଆମ ଜିଲା ଖବର, ବାଲେଶ୍ୱର View All
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…
ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ
ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…
ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ
ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…
ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ
ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍ ସ୍କୁଲ,…
ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
Archives

