ବହିଷ୍କୃତ ହେଲେ କଣ୍ଟ୍ରୋଲ ଡିଲର

ବାହାନଗା, ୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଥରପେଣ୍ଠ ଗ୍ରାମର ପିଡିଏସ ସାମଗ୍ରୀ ବିକ୍ରି କରୁଥିବା କଣ୍ଟ୍ରୋଲ ଡିଲରଙ୍କୁ ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ର ବହିଷ୍କୃତ କରିଛନ୍ତି ା ପଥରପେଣ୍ଠ ଗ୍ରାମର କଣ୍ଟ୍ରୋଲ ଡିଲର ଅଜିତ୍‌ ମଳ୍ଲିକ ପିଡିଏସ ଚାଉଳ ଦେବାରେ ହେରଫେର କରିବା ସହିତ କାଗଜପତ୍ର ହେରଫେର ଓ ଆକାଉଣ୍ଟ ଖାତାରେ ଟଙ୍କା ଠିକ୍‌ ଭାବେ ଉଲ୍ଲେଖ ନ କରିବା ସହିତ ଲୋକମାନଙ୍କୁ ଚାଉଳ ଦେବା ପରିବର୍ତ୍ତେ ଟଙ୍କା ଦେଉଥିବା ଅଭିଯୋଗ ହୋଇଥିଲା ା ବାହାନଗା ବ୍ଲକ ମାର୍କେଟିଂ ଅଧିକାରିଣୀ ଏଲିନା ସାହୁ ତଦନ୍ତ କରି ବାଲେଶ୍ୱର ଉପଜିଲାପାଳଙ୍କୁ ରିପୋର୍ଟ ଦେଇଥିଲେ ା ତଦନ୍ତ ରିପୋର୍ଟକୁ ଉପଜିଲାପାଳ ଦେଖି ସମସ୍ତ ଖାତାପତ୍ର ନିଜେ ଯାଞ୍ଚ କରିବା ପରେ ଡିଲର ଅଜିତ ମଲ୍ଲିକଙ୍କୁ ବହିଷ୍କାର କରିଛନ୍ତି ା ଚଳିତ ମାସ ୬ତାରିଖରେ ସେ ଲୋକମାନଙ୍କୁ ଚାଉଳ ପରିବର୍ତ୍ତେ ଟଙ୍କା ଦେଉଥିବା ବେଳେ ତାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତଦନ୍ତ ଆରମ୍ଭ ହୋଇଥିଲା। ତଦନ୍ତ ପରେ ଉପଜିଲାପାଳ ଚିଠି ନମ୍ବର ୨୦୦/୨୦୨୦ରେ ତାଙ୍କୁ ବହିଷ୍କାର କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ...

ରଙ୍ଗୋଲିରେ ବରଗଡ଼ ଧନୁଯାତ୍ରା ମହୋତ୍ସବ

ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଏଥର ଅଧିକ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପରିକଳ୍ପନା କରାଯାଇଛି। ଏହି କ୍ରମରେ ବିଗତ ବର୍ଷଭଳି ଏଥର ମଧ୍ୟ...

ନିଜ ସରକାରଙ୍କୁ ଚେତାବନୀ ଦେଲେ ଭାଜପା ବିଧାୟକ

ଜୟପୁର,୨୩।୧୨: ରାଜସ୍ଥାନ ଯୋଧପୁରର ସୁରସାଗର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଦେବେନ୍ଦ୍ର ଯୋଶୀଙ୍କ ଏକ ବୟାନ ଏବେ ଶିରୋନାମାରେ ପରିଣତ ହେଉଛି। ତାଙ୍କ ବୟାନ ପରେ ବିରୋଧୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri