ବହୁଚର୍ଚ୍ଚିତ ଗମ୍ଭାରୀ-ବେଲପଡ଼ା ରାସ୍ତା: ଆରମ୍ଭ ହେଲା ବିଭାଗୀୟ ତଦନ୍ତ

ଖପ୍ରାଖୋଲ, ୧୩।୬(ଡି.ଏନ,ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ପୂର୍ତ୍ତ ବିଭାଗ ଡିଭିଜନ ଅନ୍ତର୍ଗତ ବେଲପଡା-ଗମ୍ଭାରୀ ରାସ୍ତା ନିର୍ମାଣର ମାନ ନିର୍ଦ୍ଧାରଣ ପାଇଁ ବୁଧବାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଏକ ବୈଷୟିକ ପ୍ରତିନିଧି ଦଳ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଖୋଳି ନମୁନା ସଂଗ୍ରହ କରିଛନ୍ତି। ପ୍ରତିନିଧି ଦଳ ବୈଜଲ ସାଗରଠାରୁ ବେଲପଡା ମଧ୍ୟରେ ୧୩/୦ରୁ ୨୨/୦ କିଲୋମିଟର ମଧ୍ୟରେ ପ୍ରତି କିଲୋମିଟରରେ ଡ୍ରିଲର ମାଧ୍ୟମରେ ରାସ୍ତା ଖୋଲି ନମୁନା ସଂଗ୍ରହ କରିଛନ୍ତି। ପରୀକ୍ଷା ପାଇଁ ଲାବରେଟୋରିକୁ ପଠାଯିବ। ପରୀକ୍ଷଣ ହୋଇ ରିପୋର୍ଟ ଆସିଲା ପରେ ରାସ୍ତାର ମାନ କିପରି ହୋଇଛି ତାହା ଜଣାପଡିବ ବୋଲି ପ୍ରତିନିଧି ଦଳ କହିଥିଲେ। ପ୍ରତିନିଧି ଦଳରେ ଭୁବନେଶ୍ୱରସ୍ଥିତ ବିଶ୍ୱବ୍ୟାଙ୍କର ମୁଖ୍ୟଯନ୍ତ୍ରୀ ଅନିଲ କୁମାର ତ୍ରିପାଠୀ, ବଲାଙ୍ଗୀର ପୂର୍ତ୍ତ ବିଭାଗ ଏସ.ଇ. ଇଂ. ଉମେଶ ଚନ୍ଦ୍ର ମିଶ୍ର, ଭୁବନେଶ୍ୱର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟର ନିର୍ବାହୀ ଯନ୍ତ୍ରୀ ରଥାଙ୍ଗ ଚରଣ ରାଉତ, ସହକାରୀ ନିର୍ବାହୀ ଯନ୍ତ୍ରୀ ପି.କେ.ଚୌଧୁରୀ, ସମ୍ବଲପୁର କ୍ୱାଲିଟି କଣ୍ଟ୍ରୋଲ ନିର୍ବାହୀ ଯନ୍ତ୍ରୀ ଇଂ. ହୀରାଲାଲ ଅଗ୍ରଓ୍ବାଲ, କଣ୍ଟାବାଞ୍ଜି ସବ୍‌ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ସୁରେଶ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ, ଏହି ରାସ୍ତା ନିମ୍ନମାନର ହୋଇଥିବା ଅଭିଯୋଗ ପରେ ସପ୍ତାହ ତଳେ ଗମ୍ଭାରୀ ଗାଁଠାରେ ପାଟଣାଗଡ ବିଧାୟକ ସରୋଜ ମେହେର ରାସ୍ତା ନିର୍ମାଣ ଦାୟିତ୍ୱରେ ଥିବା ସହକାରୀ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ କାନଧରି ଉଠ୍‌ବସ୍‌ ହେବା ପାଇଁ କହୁଥିବା ଭିଡିଓ ଭାଇରାଲ ହୋଇଥିଲା। ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ବିଧାୟକ ଘଟଣାକୁ ନେଇ ଦୁଃଖପ୍ରକାଶ କରିଥିଲେ। ଏହି ଘଟଣା ନେଇ ସାରା ରାଜ୍ୟରେ ଆଲୋଡନ ସୃଷ୍ଟି ହୋଇଥିଲା। ରାସ୍ତାର ମାନ ନିର୍ଦ୍ଧାରଣ ପାଇଁ ବିଭାଗୀୟ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ତଦନ୍ତ ହେବ। ନିର୍ମାଣ ନିମ୍ନମାନର ହୋଇଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଗଣମାଧ୍ୟମରେ ପ୍ରକାଶ କରିଥିଲେ। ଘଟଣାର ଏକ ସପ୍ତାହ ପରେ ବିଭାଗୀୟ ତଦନ୍ତ ହେବା ସହ ରାସ୍ତାରମାନ ସଂଗ୍ରହ କରାଯାଇଛି । ସୂଚନାଯୋଗ୍ୟ ଯେ, ରାସ୍ତା ନିର୍ମାଣ ପାଇଁ ବର୍ଷକ ତଳୁ କାମ ଆରମ୍ଭ ହୋଇଥିବା ବେଳେ ୮କୋଟି ୫ ଲକ୍ଷ ଟଙ୍କା ବ୍ୟୟ ଅଟକଳ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri