ବହୁଚର୍ଚ୍ଚିତ ୧୯୯୯ ବାରଙ୍ଗ ଗଣବଳାତ୍କାର ମାମଲା:ଆଜୀବନ କଏଦୀ ପଦିଆଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫ା୨(ବ୍ୟୁରେ): ବହୁଚର୍ଚ୍ଚିତ ୧୯୯୯ ବାରଙ୍ଗ ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଝାରପଡ଼ା ଜେଲ୍‌ରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଅଭିଯୁକ୍ତ କଟକ ନୂଆବଜାରର ପ୍ରଦୀପ କୁମାର ସାହୁ (୫୫)ଙ୍କ ସୋମବାର ଅପରାହ୍ନରେ ମୃତ୍ୟୁ ଘଟିଛି। ପ୍ରଦୀପ ଗୁରୁତର ଅସୁସ୍ଥ ହୋଇପଡିବାରୁ ଜେଲ୍‌ କର୍ତ୍ତୃପକ୍ଷ ତାଙ୍କୁ ଗତ ୧୯ ତାରିଖରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତାଙ୍କୁ ଆଇସିୟୁରେ ରଖାଯାଇ ଚିକିତ୍ସା ଚାଲିଥିଲା। ତେବେ ତାଙ୍କର ମୃତ୍ୟୁ ଘଟିବା ପରେ ଜେଲ୍‌ କର୍ତ୍ତୃପକ୍ଷ ଏନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ କରିବା ସହ ପରିବାର ଲୋକଙ୍କୁ ଖବର ଦେଇଛନ୍ତି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ହସ୍ପିଟାଲର ଶବ ସଂରକ୍ଷଣ ଗୃହରେ ରଖିଛି। ମଙ୍ଗଳବାର ପରିବାର ଲୋକେ ଆସିଲେ ବ୍ୟବଚ୍ଛେଦ କରାଯାଇ ମୃତଦେହ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି। ପ୍ରଦୀପ ବହୁଦିନ ହେବ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିଲେ। ତାଙ୍କୁ ମଝିରେ ମଝିରେ ଜେଲ୍‌ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ସ୍ବାସ୍ଥ୍ୟାବସ୍ଥା ଅଧିକ ଜଟିଳ ହେଲେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଉଥିଲା। ଗତ ୧୯ ତାରିଖରେ ପ୍ରଦୀପ ଅସହ୍ୟ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ସୂଚନା ଅନୁଯାୟୀ, ୧୯୯୯ ଜାନୁୟାରୀ ୯ ରାତିରେ ଜଣେ ମହିଳାଙ୍କ ସହ ଜଣେ ଖବରଦାତା ଏକ କାରରେ ଭୁବନେଶ୍ୱର ଉପକଣ୍ଠ ବାରଙ୍ଗରୁ କଟକ ଅଭିମୁଖେ ଯାଉଥିଲେ। ଏହି ସମୟରେ ୩ଜଣ ଅଭିଯୁକ୍ତ ତାଙ୍କ କାରକୁ ଅଟକାଇ ଖବରଦାତାଙ୍କୁ ମାଡ଼ ମାରିବା ସହ ମହିଳାଙ୍କୁ ଟେକିନେଇ ଏକ ଧାନବିଲରେ ଗଣବଳାକତ୍ାର କରିଥିଲେ। ଜାନୁୟାରୀ ୨୬ରେ ପୋଲିସ ୨ଜଣଙ୍କୁ ଗିରଫ କରି ରିମାଣ୍ଡରେ ନେଇ ପଚରାଉଚରା କରିଥିଲା। ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏହି ମାମଲାର ତଦନ୍ତ ଦାୟିତ୍ୱ ସିବିଆଇ ନେଇଥିଲା। ମେ ୫ରେ ସିବିଆଇ ପକ୍ଷରୁ କୋର୍ଟରେ ଚାର୍ଜଶିଟ୍‌ ଦାଖଲ ହୋଇଥିଲା। ୨୦୦୨ ଏପ୍ରିଲ ୨୯ରେ ଖୋର୍ଦ୍ଧା ଜିଲା ଦୌରାଜଜ ମାମଲାର ଶୁଣାଣି କରି ୨ ଅଭିଯୁକ୍ତ ପ୍ରଦୀପ ସାହୁ ଓ ଧୀରେନ୍ଦ୍ର ମହାନ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଥିଲେ। ଏହି ମାମଲାରେ ଧୀରେନ୍ଦ୍ର ଝାରପଡ଼ା ଜେଲ୍‌ରେ ସଜା କାଟୁଥିବାବେଳେ ଅନ୍ୟ ଜଣେ ଅଭିଯୁକ୍ତ ବିବନ ବିଶ୍ୱାଳ ଏବେ ବି ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri