ବହୁମୂଖୀ ବାତ୍ୟା ଆଶ୍ରୟ ସ୍ଥଳୀ ତଦାରଖ କଲେ ସଚିବ: ସମୂଦ୍ର ଉପକୂଳ ବର୍ତ୍ତୀ ୩୫୦୦ ଲୋକଙ୍କୁ କରାଗଲା ସ୍ଥାନାନ୍ତର

ବାହାନଗା,୧୯ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଟାସପୁର ବହୂମୁଖି ବାତ୍ୟା ଆଶ୍ରୟ ସ୍ଥଳୀକୁ ମଙ୍ଗଳବାର ବାଲେଶ୍ୱର ଦାୟିତ୍ୱରେ ଥିବା ପରିବହନ ବିଭାଗର ପ୍ରମୁଖ ସଚିବ ମଧୁସୂଦନ ପାଢୀ ପରିଦର୍ଶନ କରିଛନ୍ତି। ଏହି ଅବସରରେ ବାତ୍ୟା ଆଶ୍ରୟ ସ୍ଥଳୀରେ ଥିବା ଲୋକମାନେ ପାଣିର ଅଭାବ ବାବଦରେ ସଚିବଙ୍କୁ ଅବଗତ କରାଇଥିଲେ। ପରେ ସେଠାରେ ଉପସ୍ଥିତ ଥିବା ଜିଲାପାଳଙ୍କୁ ତୁରନ୍ତ ପାଣିର ବ୍ୟାବସ୍ଥା କରିବା ପାଇଁ ସଚିବ ନିର୍ଦ୍ଦେଶ ଦେଇଥିଲେ। ସେହିପରି ବାହାନଗା ବ୍ଲକର ସମୁଦ୍ର ଉପକୂଳ ବର୍ତ୍ତୀ ୬ଟି ପଞ୍ଚାୟତର ୭୦୦ ପରିବାରର ୩୫୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। କମିଶନରଙ୍କ ପରିଦର୍ଶନ ସମୟରେ ପିଡିଏମର ଓଏଲଏମ ଚନ୍ଦନ କୁମାର ବେହେରା, ବାହାନଗା ତହସିଲଦାର ରାଜେନ୍ଦ୍ର ନାରାୟଣ କର, ସରପଞ୍ଚ ନିବେଦିତା ପ୍ରଧାନ, ବିଧ୍ୟାୟକଙ୍କ ପ୍ରତିନିଧି ରମାକାନ୍ତ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri