Posted inଖେଳ

ବାଂଲାଦେଶ ଟି୨୦ ସିରିଜ୍‌: କୋହଲିଙ୍କୁ ଦିଆଯାଇପାରେ ବିଶ୍ରାମ

ନୂଆଦିଲ୍ଲୀ,୨୦।୧୦(ପି.ଟି.)- ଆସନ୍ତା ନଭେମ୍ବର ୩ ତାରିଖରୁ ବାଂଲାଦେଶ ଓ ଭାରତ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳାଯିବ। ଏହି ସିରିଜ୍‌ ଲାଗି ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇପାରେ। ଗତବର୍ଷ ଅକ୍ଟୋବରଠାରୁ ଭାରତୀୟ ଦଳ ଏପର୍ଯ୍ୟନ୍ତ ୫୬ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛି। ଏଥିରୁ କୋହଲି ୪୮ ମ୍ୟାଚ୍‌ରେ ଅଂଶଗ୍ରହଣ କରିଛନ୍ତି। କାମର ବୋଝ ହ୍ରାସ କରିବା ଲାଗି କୋହଲିଙ୍କୁ ବିଶ୍ରାମ ଦିଆଯିବାର ସମ୍ଭାବନା ରହିଛି। କିନ୍ତୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ୩ୟ ଟେଷ୍ଟ ଶେଷ ହେବା ପରେ ଚୟନକର୍ତ୍ତାମାନେ ଏ ସମ୍ପର୍କରେ କୋହଲିଙ୍କ ସହ କଥା ହେବେ। ଟିମ୍‌ ଇଣ୍ଡିଆ ଅଧିନାୟକ କେଉଁଭଳି ଅନୁଭବ କରୁଛନ୍ତି, ତାହା ଉପରେ ଏହା ନିର୍ଭର କରେ। ନିଜ ଶରୀରକୁ ସେ ଆମଠୁ ଭଲ ଜାଣିଛନ୍ତି। ଯଦି ଦରକାର ସେ ଚୟନକର୍ତ୍ତାଙ୍କୁ ବିଶ୍ରାମ ପାଇଁ କହିପାରିବେ ବୋଲି ଚୟନ କମିଟି ନିକତର ସୂତ୍ରରୁ ଜଣାପଡ଼ିଛି। ବାଂଲାଦେଶ ବିପକ୍ଷ ସିରିଜ୍‌ ଲାଗି ଆସନ୍ତା ୨୪ ତାରିଖରେ ଭାରତୀୟ ଦଳ ଘୋଷଣା ହେବ। ଦିଲ୍ଲୀରେ ପ୍ରଥମ ଟି୨୦ ଖେଳାଯିବ। ପରବର୍ତ୍ତୀ ଦୁଇଟି ଟି୨୦ ମ୍ୟାଚ୍‌ ନଭେମ୍ବର ୭ ଓ ୧୦ ତାରିଖରେ ଅନୁଷ୍ଠିତ ହେବାର କାର୍ଯ୍ୟସୂଚୀ ରହିଛି। ଏହାପରେ ଦୁଇଟିକିଆ ଟେଷ୍ଟ ସିରିଜ୍‌ ଖେଳାଯିବ, ଯାହାକି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଅଂଶବିଶେଷ।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

ପିସିଆର ଭ୍ୟାନରେ ନାହିଁ ପ୍ରଦୂଷଣ ସାର୍ଟିଫିକେଟ୍‌, ମନଇଚ୍ଛା କରୁଛି ଯାତାୟାତ, ଲୋକେ କହିଲେ ଆମର ଚାଲାଣ କଟିଲେ…

ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି...

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri