Posted inଖେଳ

ବାଂଲାଦେଶ ବିପକ୍ଷରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନେଲା ଭାରତ

ବର୍ମିଂହାମ, ୨।୭: ବିଶ୍ୱକପରେ ଏଜବାଷ୍ଟନରେ ଚାଲିଥିବା ଭାରତ ଓ ବାଂଲାଦେଶ ମ୍ୟାଚରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ଦୁଇଟି ପରିବର୍ତ୍ତନ କରାଯାଇଛି। କେଦାର ଯାଦବ ଏବଂ କୁଳଦୀପ ଯାଦବଙ୍କ ସ୍ଥାନରେ ଭୁବନେଶ୍ୱର କୁମାର ଏବଂ ଦିନେଶ କାର୍ତ୍ତିକଙ୍କୁ ଟିମରେ ସ୍ଥାନ ଦିଆଯାଇଛି। ଏହି ମ୍ୟାଚରେ ସେମିଫାଇନାଲକୁ ଯିବା ପାଇଁ ଭାରତକୁ ଆଉ ଗୋଟିଏ ପଏଣ୍ଟ ଦରକାର ରହିଛି। ତେଣୁ ଭାରତ ଏହି ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ନିଜ ସ୍ଥାନ ପକ୍କା କରିବ ବୋଲି ଅଧିନାୟକ ବିରାଟ କୋହଲି ଆଶା ରଖିଛନ୍ତି। ଯଦି ଭାରତ ଏହି ମ୍ୟାଚ ହାରିଯାଏ, ତାହେଲେ ଶ୍ରୀଲଙ୍କା ସହ ଅନ୍ତିମ ଲିଗ ମ୍ୟାଚରେ କର ବା ମର ସ୍ଥିତି ଉପୁଜିବ। ସୂଚନାଯୋଗ୍ୟ, ବିଶ୍ୱକପରେ ଭାରତ ଓ ବାଂଲାଦେଶ ମଧ୍ୟରେ ଏପର୍ଯ୍ୟନ୍ତ ତିନୋଟି ମୁକାବିଲା ହୋଇଛି। ଏଥିରୁ ଭାରତ ଦୁଇଟିରେ ଏବଂ ବାଂଲାଦେଶ ଗୋଟିଏରେ ବିଜୟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?