Posted inଖେଳ

ବାଂଲାଦେଶକୁ ସହଜ ବିଜୟ ଦେଲେ ଲିଟନ

ସିଲ୍‌ହେଟ୍‌ (ବାଂଲାଦେଶ), ୨ା୩ (ଏଏଫ୍‌ପି)- ଲିଟନ ଦାସଙ୍କ ଶତକ ସହାୟତାରେ ଜିମ୍ବାଓ୍ବେ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ବାଂଲାଦେଶ ୧୬୯ ରନରେ ସହଜ ବିଜୟ ହାସଲ କରିଛି। ସ୍ଥାନୀୟ ସି୍‌ଲହେଟ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏହି ମ୍ୟାଚରେ ୩୨୨ରନର କଷ୍ଟ ସାଧ୍ୟ ବିଜୟ ଲକ୍ଷ୍ୟର ପିଛା କରି ଜିମ୍ବାଓ୍ବେ ୩୯.୧ ଓଭରରେ ୧୫୨ ରନ କରି ଅଲଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ ଓ୍ବେସ୍‌ଲେ ମାଧେଭେରେ ସର୍ବାଧିକ ୩୫ ଏବଂ ଟିନୋଟେଣ୍ଡା ମୁଟୋମ୍ବୋଜି ୨୪ରନ କରିଥିଲେ। ବାଂଲାଦେଶ ପକ୍ଷରୁ ମହମ୍ମଦ ସଇଫୁଦ୍ଦିନ ୩ ଏବଂ ମାଶ୍ରାଫି ମୋର୍ତାଜା ଓ ମେହିଦି ହସନ ୨ଟି ଲେଖାଏଁ ଉଇକେଟ ନେଇଥିଲେ। ଏହି ମ୍ୟାଚରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ଲିଟନଙ୍କ ଆକର୍ଷଣୀୟ ୧୨୬ରନ (୧୦୫ ବଲ୍‌, ୧୩ ଚୌକା ଓ ୨ ଛକା) ସହାୟତାରେ ୬ ଉଇକେଟ ବିନିମୟରେ ୩୨୧ ରନ କରିଥିଲା। ଜିମ୍ବାଓ୍ବେ ବିପକ୍ଷରେ ଏକ ଦିନିକିଆ ମ୍ୟାଚରେ ଦଳର ଏହାଥିଲା ସର୍ବାଧିକ ସ୍କୋର। ଅନ୍ୟମାନଙ୍କ ମଧ୍ୟରେ ମହମ୍ମଦ ମିଥୁନ ୫୦ (୪୧ ବଲ୍‌) ରନ କରିଥିବାବେଳେ ସଇଫୁଦ୍ଦିନ ୧୬ ବଲ୍‌ରୁ ୨୮ ରନ କରି ଅପରାଜିତ ରହିଥିଲେ। ଜିମ୍ବାଓ୍ବେ ପକ୍ଷରୁ ଖ୍ରିସ୍‌ ଏମ୍‌ପୋଫୁ ୬୮ ରନ ବିନିମୟରେ ୨ଟି ଉଇକେଟ ନେଇଥିଲେ। ରବିବାର ଏହି ବିଜୟ ଦ୍ୱାରା ବାଂଲାଦେଶ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଆଗୁଆ ହୋଇଛି। ଦୁଇ ଦଳ ମଧ୍ୟରେ ଦ୍ୱିତୀୟ ଦିନିକିଆ ଏହି ଭେନ୍ୟୁରେ ମଙ୍ଗଳବାର ଖେଳାଯିବ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?