ବାଇକ ଦୁର୍ଘଟଣାରେ ଜଣେ ମୃତ, ରାସ୍ତାରୋକୋ

ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ଥାନା ଜାନିବିଲିଠାରେ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜାନିବିଲି ଗ୍ରାମର ଦେବରାଜ ଗୌଡ଼ (୨୮)। ମଙ୍ଗଳବାର ଅପରାହ୍ନ ପ୍ରାୟ ଗୋଟାଏରେ ଆସିକାପଟୁ ଛତ୍ରପୁର ଅଞ୍ଚଳ ସୁନ୍ଦରପୁର ଗ୍ରାମର କାଳୁ ଚରଣ ସାହୁ ଶ୍ୱଶୁର ଘର ଶୁରମଣି ଗ୍ରାମକୁ ଯାଉଥିଲେ। ଜାନିବିଲିଠାରେ ଦେବରାଜ କୌଣସି କାମପାଇଁ ରାସ୍ତାପାର ହେଉଥିବାବେଳେ କାଳୁଙ୍କ ବାଇକ ସହ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଦେବରାଜଙ୍କ ମୃତ୍ୟୁ ହୋଇଥିଲା। ଗଁାରେ ଖବର ପହଞ୍ଚତ୍ବାପରେ ଜାତୀୟ ରାଜପଥକୁ ମୃତକଙ୍କ ପରିବାର ଓ ଗ୍ରାମବାସୀ ଅବରୋଧ କରିଥିଲେ। ଧରାକୋଟ ଥାନାଧିକାରୀ ସନ୍ତୋଷ କୁମାର ବେହେରା, ସ୍ଥାନୀୟ ତହସିଲଦାର ଗଦାଧର ପାତ୍ର ପହଞ୍ଚତ୍ ଅବରୋଧକାରୀଙ୍କୁ ବୁଝାଶୁଝା କରିବା ସହ ମୃତକଙ୍କ ପରିବାରକୁ ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଓ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ପ୍ରଦାନ କରିବା ସହ ଆଇନ ଅନୁଯାୟୀ ସରକାରୀ ସହାୟତା ପ୍ରଦାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏହାସହ ବାଇକ (ନଂ.ଓଡି୦୭ଇ-୨୬୮୧)କୁ ଜବତ କରି ଚାଳକ କାଳୁଙ୍କୁ ଧରାକୋଟ ଥାନାରେ ଅଟକ ରଖାଯାଇଛି। ଏନେଇ ନଂ.୮୬/୧୯ରେ ମାମଲା ରୁଜୁ କରାଯାଇ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଆସିକା ପଠାଯାଇଛି । ପ୍ରତିଶ୍ରୁତି ପରେ ରାସ୍ତା ଅବରୋଧ ହଟିବା ସହ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri