ବାଇକ ମୁହାଁମୁହିଁ, ଜଣେ ମୃତ

ଶେରଗଡ଼,୧୧ା୧୧(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଧବଳପୁର ଷୋଳଶଳା ଗ୍ରାମ ରାସ୍ତାରେ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ୨ ବାଇକ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଗଡ଼ ଥାନା ଖାରିପଲ୍ଲି ଗ୍ରାମର ସରୋଜ କୁମାର ସ୍ବାଇଁ। ଅନ୍ୟଜଣେ ଗୁରୁତର ଆହତ ହୋଇଥିବାବେଳେ ତାଙ୍କ ପରିଚୟ ମିଳିପାରିନାହିଁ। ସରୋଜ ତାଙ୍କ ବାଇକ ଯୋଗେ ଶେରଗଡ଼ ଆଡକୁ ଆସୁଥିବାବେଳେ ଶେରଗଡ଼ରୁ ହିଞ୍ଜିଳିକାଟୁ ପଟେ ଅନ୍ୟଜଣେ ବାଇକ ଯୋଗେ ଯାଉଥିଲେ। ଷୋଳଶଳା ରାସ୍ତାରେ ଉଭୟ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକେ ଉଭୟଙ୍କୁ ଶେରଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ସରୋଜଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟଜଣଙ୍କ ଶେରଗଡ଼ ଡାକ୍ତରଖାନାରେ ଚିକିତ୍ସା ଚାଲିଛି। ଶେରଗଡ଼ ଥାନା ଏଏସ୍‌ଆଇ ବିଷ୍ଣୁ ପ୍ରସାଦ ଦାଶ ପହଞ୍ଚତ୍ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରି ଥାନାକୁ ଆଣିବା ସହ ନଂ.୧୦୭/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri