ବାଇକ୍‌ ଡିକିରୁ ୨ ଲକ୍ଷ ଟଙ୍କା ଲୁଟ, ୨ ଅଟକ

ଦିଗପହଣ୍ଡି,୧୫ା୧୦(ଡି.ଏନ୍‌.ଏ.)-ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ନିକଟରୁ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରେ ବାଇକ୍‌ ଡିକିରୁ କୌଣସି ଦୁର୍ବୃତ୍ତ ଜଣେ ଚାଷୀଙ୍କ ୨ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଚାଷୀ ଜଣକ ହେଲେ କୈଠଡା ପଞ୍ଚାୟତ ଗୁହାଳପୁର ଗ୍ରାମର ସତ୍ୟ ନାରାୟଣ ଅଧିକାରୀ। ନଂ. ୨୦୭/୧୯ ଦଫା ୩୭୯ରେ ମାମଲା ରୁଜୁ କରି ଦିଗପହଣ୍ଡି ଆଇଆଇସି ବସନ୍ତ କୁମାର ସେଠୀ ୨ ଜଣ ଯୁବକଙ୍କୁ ଅଟକ ରଖିଛନ୍ତି।
ସତ୍ୟନାରାୟଣଙ୍କ କହିବା ପ୍ରକାରେ, ସେ ଧାନ ବିକ୍ରି କରି ପାଇଥିବା ୨ ଲକ୍ଷ ଟଙ୍କା ବ୍ୟାଙ୍କରେ ଜମା କରିବାକୁ ଦିଗପହଣ୍ଡି ଆନ୍ଧ୍ର ବ୍ୟାଙ୍କକୁ ଆସିଥିଲେ। ପାନ କାର୍ଡ ନ ଥିବାରୁ ଶାଖା ପରିଚାଳକ ମନା କରିଦେଇଥିଲେ। ତେଣୁ ସେ ଟଙ୍କା ଆଣି ବାଇକ ଡିକିରେ ରଖି ଷ୍ଟେଟ ବ୍ୟାଙ୍କକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ଡିକି ଖୋଲା ଥିବା ଏବଂ ସେଥିରେ ଟଙ୍କା ନ ଥିବା ଦେଖିଥିଲେ। ପରେ ଥାନାରେ ପହଞ୍ଚତ୍ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri