ବାଇକ୍‌ ଧକ୍କାରେ କାଉଡିଆ ଗୁରୁତର: ଘଟଣାକୁ କେନ୍ଦ୍ରକରି ବଚସା, ରାସ୍ତାରୋକୋ

ଓଡ଼ଗାଁ,୧୧ା୮(ସ୍ବ.ପ୍ର.): ଶନିବାର ଓଡଗାଁ ଥାନା ଅଞ୍ଚଳରେ ବାଇକ୍‌ ଧକ୍କାରେ ଜଣେ କାଉଡିଆ ଗୁରୁତର ହୋଇଛନ୍ତି। ଏହାକୁ କେନ୍ଦ୍ରକରି ବଚସା ଓ ରାସ୍ତାରୋକୋ ହୋଇଥିଲା। ଅପରାହ୍ନରେ ଓଡ଼ଗାଁ ଦେଇ ଶରଣକୁଳ ଲଡୁବାବାଙ୍କୁ ଜଳଲାଗି ପାଇଁ ଯାଉଥିବା ଜଣେ କାଉଡିଆ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ୨୧ ନମ୍ବର ରାଜ୍ୟ ରାଜପଥର କଦଳୀବନ୍ଧ ପ୍ରାଥମିକ ବିଦ୍ୟାଳୟ ନିକଟରେ ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା। ବାଇକ୍‌ରେ ବନ୍ଧାହୋଇଥିବା ଏକ ଲୁହା ଶାବଳ କାଉଡିଆଙ୍କ ବାମ ଗୋଡରେ ପଶିଯିବାରୁ ଗୁରୁତର ଅବସ୍ଥାରେ ତାଙ୍କୁ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଆହତ କାଉଡିଆ ହେଲେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବଡମହୁରୀ ଗ୍ରାମର ବିକ୍ରମ ନାହାକ(୨୫)। ପୋଲିସ ବାଇକ୍‌ ଆରୋହୀଙ୍କୁ ଅଟକ ରଖିଥିବା ବେଳେ ଦୁର୍ଘଟଣାଗ୍ରସ୍ତ ବାଇକ୍‌ (ଓଡି୩୩ଏସ୨୧୨୦) ଜବତ କରି ଏକ ମକଦ୍ଦମା ରୁଜୁ କରିଛି। ସ୍ଥାନୀୟ ଭାଲିଆଡିହି ଗ୍ରାମର ସୁବ୍ରତ ନାୟକ(୨୦) ଦୁର୍ଘଟଣା ସମ୍ପର୍କରେ ନିକଟସ୍ଥ ଦମକଳ କେନ୍ଦ୍ରରେ ଜଣାଇବା ପରେ ଜଣେ ଆଗ୍ନିକ ଘଟଣାସ୍ଥଳକୁ ଯିବା ପାଇଁ ପ୍ରସ୍ତୁତ ହୋଇଥିଲେ। ସେ ଗାଡି ଭିତରେ ପଶିଲା ବେଳକୁ ସମ୍ପୃକ୍ତ ଯୁବକ କୁଆଡେ ଡୋରଟିକୁ ପିଟି ଦେଇଥିଲେ। ଏଥିରେ ଆଗ୍ନିକଙ୍କ ବାହାରେ ଥିବା ଗୋଟିଏ ଗୋଡ ଚାପି ହୋଇଯିବାରୁ ସେ ପ୍ରାଣ ବିକଳରେ ଗାଡିରୁ ଓହ୍ଲାଇପଡିଥିଲେ ା ଅନ୍ୟ ଜଣେ ଫାୟାର ଗାଡି ନେଇ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ। ଏହାକୁ ନେଇ ସୁବ୍ରତ ଓ ଦମକଳ ବାହିନୀଙ୍କ ମଧ୍ୟରେ ବଚସା ହେବା ବେଳକୁ ସୁବ୍ରତଙ୍କ ମୁଣ୍ଡ ଫାଟିଥିବା ଜଣାଯାଇଥିଲା। ଦମକଳ ବାହିନୀ ତାଙ୍କ ମୁଣ୍ଡ ଫଟାଇ ଦେଇଥିବା ଅଭିଯୋଗ କରି ସୁବ୍ରତ ସନ୍ଧ୍ୟାରେ ଅଗ୍ନିଶମ କାର୍ଯ୍ୟାଳୟ ସାମନାରେ ୨୧ ନମ୍ବର ରାଜ୍ୟ ରାଜପଥ ଉପରେ ବସିଯାଇଥିଲେ। ସ୍ଥାନୀୟ ଅନ୍ୟ କେତେଜଣ ଯୁବକ ତାଙ୍କ ସହ ସାମିଲ ହୋଇଯିବାରୁ ସେହି ରାସ୍ତାରେ ଗମନାଗମନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା ା ଉତ୍ତେଜନା ଲାଗିରହିଥିବାରୁ ପୋଲିସକୁ ରାସ୍ତା ଅବରୋଧ ଉଠାଇବା ନିମନ୍ତେ ନାକେଦମ ହେବାକୁ ପଡିଥିଲା ା ଥାନା ଆଇଆଇସି ଜ୍ୟୋତିପ୍ରକାଶ ପଣ୍ଡା ଓ ଶରଣକୁଳ ଏସଡିପିଓ ଏସ ଟପ୍ନୋ ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା ା ଅନ୍ୟପକ୍ଷେ ଦୁର୍ଘଟଣାରେ ଗୁରୁତର କାଉଡିଆଙ୍କ ମା’ଙ୍କ ଅଭିଯୋଗ ଅନୁସାରେ ଥାନାରେ ଏକ ମକଦ୍ଦମା ରୁଜୁ ହୋଇଥିବା ବେଳେ ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ଅନ୍ୟ କୌଣସି ଅଭିଯୋଗ ହୋଇ ନ ଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri