ଲହୁଣୀପଡା, ୪।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଟକରା ଗ୍ରାମରେ ସୋମବାର ସନ୍ଧ୍ୟାରେ ଦୁର୍ଘଟଣା ଘଟିଛି। ବାଇକ ଧକ୍କାରେ ସ୍ବାମୀ ମୃତ୍ୟୁବରଣ କରିଥିବାବେଳେ ସ୍ତ୍ରୀ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଟକରା ଗ୍ରାମର ପ୍ୟାରା ହରୋ (୫୫) ଓ ତାଙ୍କ ସ୍ତ୍ରୀ ନିମନ୍ତି ହରୋ (୫୦) ଚାଲି ଚାଲି ଆସୁଥିବା ବେଳେ ଓଡି ୨୮- ୩୯୫୦ ବାଇକ ପଛପଟୁ ଧକ୍କା ଦେଇଥିଲା। ଫଳରେ ସ୍ବାମୀ ସ୍ତ୍ରୀ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ସଙ୍ଗେ ସଙ୍ଗେ ଲହୁଣୀପଡା ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ ମଧ୍ୟ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲକୁ ପଠାଇଥିଲେ ମଧ୍ୟ ମଙ୍ଗଳବାର ପ୍ୟାରା ହରୋଙ୍କ ମୃତ୍ୟୁ ଘଟିଥିଲା। ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ନିମନ୍ତିଙ୍କ ଅବସ୍ଥା ଶୋଚନୀୟ ଥିବା ଜଣାଯାଇଛି। ପୋଲିସ ସୋମବାର ଘଟଣା ସ୍ଥଳକୁ ପହଞ୍ଚତ୍ ବାଇକକୁ ଜବତ କରିଥିବା ବେଳେ ବାଇକ ଆରୋହୀ ଫେରାର ଥିବା ଜଣାଯାଇଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର, ସୁନ୍ଦରଗଡ଼ View All
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ
ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...
Archives


