ବାଇକ୍‌ ମୁହଁ।ମୁହିଁ ପରେ ବସ୍‌ରେ ପିଟିହେଲା, ୨ ମୃତ

ଦିଗପହଣ୍ଡି(ଡି.ଏନ.ଏ.)/ପାଟପୁର,୨୫ା୧- ଦିଗପହଣ୍ଡି-ରାୟଗଡ଼ା ୩୨୬ ନଂ. ରାଜ୍ୟ ରାଜପଥର କଂସାମାରି-ଧର୍ମପୁର ମଧ୍ୟବର୍ତ୍ତୀ ଶ୍ମଶାନ ସମ୍ମୁଖ ମୁଖ୍ୟ ରାସ୍ତାରେ ଶୁକ୍ରବାର ସକାଳ ପ୍ରାୟ ସାଢେ ୮ଟାରେ ଏକ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହଁାମୁହିଁ ଧକ୍କା ହେବାପରେ ଆରୋହୀମାନେ ସେହି ରାସ୍ତାଦେଇ ଆସୁଥିବା ଏକ ମିନିବସ୍‌ରେ ପିଟି ହୋଇଥିଲେ। ଏଥିରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବାବେଳେ ୨ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗଜପତି ଜିଲା ଚନ୍ଦ୍ରଗିରି ଗ୍ରାମ ପାତ୍ରସାହିର ଚନ୍ଦନ ଘଡେଇ ଓ ରାଉତ ସାହିର ହିମାଂଶୁ ପ୍ରଧାନ। ଆହତମାନେ ହେଲେ ପାଟପୁର ଥାନା କେ. ନୂଆଗଡ ଗ୍ରାମର ଗଞ୍ଜୁ ମଣ୍ଡଳ ଓ ଦିଲୀପ ଶବର। ସେମାନଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି।
ପ୍ରକାଶ ଯେ, ସକାଳୁ ଏକ ବାଇକରେ ଚନ୍ଦନ ଓ ହିମାଂଶୁ ବ୍ରହ୍ମପୁରରୁ କାମ ସାରି ଚନ୍ଦ୍ରଗିରି ଫେରୁଥିଲେ। ବିପରୀତ ଦିଗ ପୋଡାମାରି ଗ୍ରାମରୁ ହିଞ୍ଜିଳକାଟୁ ଅଭିମୁଖେ ଆସୁଥିଲା ମହାବୀର ନାମକ ଘରୋଇ ଯାତ୍ରୀବାହୀ ମିନିବସ (ନଂ.ଓଆର୦୭-୫୨୧୫)। ଏହା ପଛରେ ଅନ୍ୟ ଏକ ବାଇକରେ ଗଞ୍ଜୁ ଓ ଦିଲୀପ ଆସୁଥିଲେ। କଂସାମାରି-ଧର୍ମପୁର ମଧ୍ୟବର୍ତ୍ତୀ ଶ୍ମଶାନ ରାସ୍ତା ନିକଟରେ ଗଞ୍ଜୁ ଓ ଦିଲୀପ ବସ୍‌କୁ ଓଭରଟେକ୍‌ କଲାବେଳେ ଦୁଇ ବାଇକ ମଧ୍ୟରେ ମୁହଁାମୁହିଁ ହୋଇଥିଲା। ଭାରସାମ୍ୟ ହରାଇ ୨ ବାଇକ୍‌ ଦ୍ରୁତ ଗତିରେ ଆସୁଥିବା ମିନିବସ୍‌ରେ ପିଟି ହୋଇଯାଇଥିଲା। ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଆହତମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ଚନ୍ଦନଙ୍କୁ ମୃତ ଘୋଷଣା କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ଅନ୍ୟମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ହିମାଂଶୁଙ୍କର ମୃତ୍ୟୁ ହୋଇଥିଲା। ପାଟପୁର ପୋଲିସ ପହଞ୍ଚତ୍ ଦୁର୍ଘଟଣାଗ୍ରସ୍ତ ଗାଡ଼ିଗୁଡ଼ିକୁ ଜବତ କରିଛି। ନଂ.୧୩/୨୦ରେ ଏକ ମାମଲା ରୁଜୁକରି ପୋଲିସ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ତଦନ୍ତ ଚଳାଇଛି। ମିନି ବସ ଚାଳକ ଫେରାର ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri