ବାଇକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ, ୨ ମୃତ

ତୁମୁଡ଼ିବନ୍ଧ,୧୬ା୩( ଡି.ଏନ୍‌.ଏ.) କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ୫୯ନଂ. ଜାତୀୟ ରାଜପଥର ମୁଣ୍ଡିଗଡଠାରେ ରବିବାର ଅପରାହ୍ନରେ ଏକ ବାଇକ୍‌କୁ ପଛପଟୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମୁଣ୍ଡିଗଡ ପଞ୍ଚାୟତର ସନ୍ଦିପଦର ଗ୍ରାମର ପ୍ରଭାତ ବଡସେଠ୍‌ ଓ ବାଟିକିଲୁ ଗ୍ରାମର ନିଳିମା ମାଝି। ନିଳିମାଙ୍କ ଦେଢ଼ ବର୍ଷର ଶିଶୁ ଓ ଅନ୍ୟ ଜଣେ ମହିଳା ରିବିକା ମାଝି ଗୁରୁତର ହୋଇଛନ୍ତି। ଦୁର୍ଘଟଣା ଘଟାଇ ପଳାଉଥିବା ଘରୋଇ ଆମ୍ବୁଲାନ୍ସକୁ ଲୋକେ ଅଟକାଇ ତୁମୁଡ଼ିବନ୍ଧ ଥାନା ଜିମା ଦେଇଥିଲେ। କିଛି ସମୟ ଅଟକ ରଖିବା ପରେ ଚାଳକଙ୍କୁ ଆମ୍ବୁଲାନ୍ସ ସହ ପୋଲିସ ଛାଡ଼ି ଦେଇଥିବାରୁ ମୁଣ୍ଡିଗଡ଼, ସନ୍ଦିପଦର ଓ ବାଟିକିଲୁ ଗ୍ରାମର ଶତାଧିକ ମହିଳା ଏବଂ ପୁରୁଷ ରାସ୍ତା ଅବରୋଧ କରିଥିଲେ। ମୃତକଙ୍କ ପରିବାରକୁ ସହାୟତା, ଆମ୍ବୁଲାନ୍ସ ଚାଳକଙ୍କୁ ଗିରଫ ଆଦି ପୂରଣ ନ ହେବା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିବେ ବୋଲି ଜିଦ୍‌ ଧରିଥିଲେ। ରାତି ପ୍ରାୟ ୧୦ଟାରେ ବାଲିଗୁଡ଼ା ଏସଡିପିଓ ମାନସ ରଞ୍ଜନ ବାରିକ, ତୁମୁଡ଼ିବନ୍ଧ ବିଡିଓ ଅଗସ୍ତି ପ୍ରଧାନ, ବ୍ଲକ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପାତ୍ର ଓ ଏମ୍‌ପି ପ୍ରତିନିଧି ପ୍ରମୋଦ କୁମାର ସାହୁ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିଥିଲେ। ପ୍ରଶାସନ ପକ୍ଷରୁ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦିଆଯିବ ବୋଲି ପ୍ରତିଶୁତି ମିଳିବା ପରେ ରାସ୍ତାରୋକା ହଟିଛି।
ପ୍ରକାଶ ଯେ, ପ୍ରଭାତ କୌଣସି କାମରେ ମୁଣ୍ଡିଗଡ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିଥିଲେ ା ଏହି ସମୟରେ ବାଟିକିଲୁର ଶିଶୁପୁତ୍ର ସହ ନିଳିମା ଓ ରିବିକା ସେଠାରୁ ଭତ୍ତା ଟଙ୍କା ଧରି ଗାଁକୁ ଆସିବାକୁ ବାହାରି ଥିଲେ। ପ୍ରଭାତ ସେମାଙ୍କୁ ନିଜ ବାଇକରେ ବସାଇ ବାଟିକିଲୁ ଗ୍ରାମକୁ ଆସୁଥିବା ବେଳେ ମୁଣ୍ଡିଗଡ଼ଠାରେ ତୁମୁଡ଼ିବନ୍ଧ ଅଭିମୁଖେ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ପ୍ରଭାତଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଆହତ ଶିଶୁଙ୍କ ସମେତ ଝିଲିମା ଓ ରିବିକାଙ୍କୁ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ା ପ୍ରାଥମିକ ଚିିକିତ୍ସା ପରେ ସମସ୍ତଙ୍କୁ ବାଲିଗୁଡା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଝିଲିମାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri