ବାଇକ୍‌କୁ ଧକ୍କା ଦେଲା ଟ୍ରକ: ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଜୀବନଗଲା

ଡେରାବିଶ, ୮ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଅଗ୍ନିଶମ ବିଭାଗର ଜଣେ କର୍ମଚାରୀଙ୍କର ଶୁକ୍ରବାର ସକାଳେ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ସହଦେବ ବିଶ୍ୱାଳ (୩୪)।
ସୂଚନା ଅନୁଯାୟୀ, ସହଦେବ ବାଇକ୍‌ (ନଂ. ଓଡି ୦୨ ଏ୨୧୧୧) ଯୋଗେ କେନ୍ଦ୍ରାପଡ଼ାରୁ ନିଜ ଘର ପୁରୀ ଅଭିମୁଖେ ଯାଉଥିଲେ। ସଦର ଥାନା ଡେରାବିଶ ବ୍ଲକ ଅଧୀନ ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ କଟକ-ଚାନ୍ଦବାଲି ରାସ୍ତାର କାକତିଆ ବଜାର ଠାରେ ଦ୍ରୁତଗତିରେ ଆସୁଥିବା ଏକ ଅଜଣା ଟ୍ରକ ତାଙ୍କୁ ପଛରୁ ଧକ୍କା ଦେଇଥିଲା। ଫଳରେ ସହଦେବଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଏ ନେଇ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତଜନା ଦେଖାଦେଇଥିଲା। ଖବର ପାଇ ଚାନ୍ଦୋଳ ଫାଣ୍ଡି ଅଧିକାରୀ ଭାଗବତ ମାହାଳିଙ୍କ ନେତୃତ୍ୱରେ ଏକ ପୋଲିସ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରେ ଯାନବାହାନ ଚଳାଚଳ ସ୍ବଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri