ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌, ୨ ମୃତ: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

କେନ୍ଦୁଝର, ୨୯ା୧(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡା ଥାନା ସୁନାଟାଙ୍ଗିରୀ ନିକଟରେ ବୁଧବାର ମଧ୍ୟାହ୍ନରେ ଏକ ସଡକ ଦୁର୍ଘଟଣାରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ସ୍ଥାନୀୟ ଲୋକେ ରାସ୍ତାରୋକୋ କରିଥିବା ଜଣାପଡିଛି। ମିଳିଥିବା ଖବର ଅନୁସାରେ, ନରଣପୁର-ଡୁବୁରୀ ରାସ୍ତାର ସୁନାଟାଙ୍ଗିରୀ ନିକଟରେ ପଣ୍ଡାପଡା ଆଡୁ ଆସୁଥିବା ଏକ ଗ୍ଲାମର ବାଇକ୍‌କୁ କେନ୍ଦୁଝର ପଟୁ ଦ୍ରୂତଗତିରେ ଯାଉଥିବା ଏକ ପିକ୍‌ଅପ୍‌ ଭ୍ୟାନ ଧକ୍କା ଦେଇଥିଲା। ଫଳରେ ବାଇକ୍‌ରେ ଥିବା ଜୁଙ୍ଗା ପଞ୍ଚାୟତ ଠାକୁରକାଳିମାଟି ଗ୍ରାମର ରୁନା ନାଏକ(୨୬) ଓ ଓସ୍ତପଙ୍ଗା ଘୋଳିଆନାଳିର ନୃସିଂହ ନାଏକ(୨୫)ଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ଏହି ଘଟଣା ଜଣାପଡିବା ପରେ ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ, ଦୁର୍ଘଟଣାସ୍ଥଳରେ ହମ୍ପସ ନିର୍ମାଣ ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳ ବୋଲି ଫଳକ ଲଗାଇବା ଦାବିରେ ରାସ୍ତାରୋକୋ କରିଥିଲେ। ଖବରପାଇ ପଣ୍ଡାପଡା ପୋଲିସ, କେନ୍ଦୁଝର ଉପଖଣ୍ଡ ପୋଲିସ ଅଧିକାରୀ ପ୍ରକାଶ ଜେମ୍ସ ଟପୋ, ଘଟଗଁ। ଅତିରିକ୍ତ ତହସିଲଦାର ତଥା ମାଜିଷ୍ଟ୍ରେଟ ବଳଭଦ୍ର ପୂର୍ତ୍ତି ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଉଭୟ ମୃତକଙ୍କ ପରିବାରକୁ ରେଡକ୍ରସ ତରଫରୁ ୧୦ହଜାର ଟଙ୍କା ଲେଖାଏଁ ଅର୍ଥ ରାଶି ଏବଂ ହମ୍ପସ ନିର୍ମାଣ, ସୂଚନା ଫଳକ ସମ୍ପର୍କରେ ଆଲୋଚନା ପରେ ରାସ୍ତାରୋକୋ ହଟିଥିଲା। ପଣ୍ଡାପଡା ପୋଲିସ ଏକ ମାମଲା ରୁଜୁ କରି ଦୁର୍ଘଟଣାଗ୍ରସ୍ତ ଉଭୟ ଗାଡିକୁ ଜବତ କରିବା ସହ ମୃତକଙ୍କ ଶବ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri