ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌: ବାପା ମୃତ, ପୁଅ ଗୁରୁତର; କ୍ଷତିପୂରଣ ଦାବିରେ ରାସ୍ତାରୋକୋ, ୨ ଘଣ୍ଟା ଧରି ବନ୍ଦ ରହିଲା ଯାତାୟାତ

ନିମାପଡ଼ା,୫।୯(ଡି.ଏନ୍‌.ଏ.): ପୁରୀ ଜିଲା ଖେଲାର-ବଳଙ୍ଗା ରାସ୍ତାର କଅଁରପୁର କଲେଜ ଛକ ନିକଟରେ ଗୁରୁବାର ସକାଳେ ଏକ ଟ୍ରକ୍‌ ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଉଭୟ ସମ୍ପର୍କରେ ବାପା-ପୁଅ ହୋଇଥିବା ସୂଚନା ମିଳିଛି। ମୃତକ ହେଲେ ନିମାପଡ଼ା ଥାନା କାଜିପୁର ଗ୍ରାମର କୈଳାସ ବିଶ୍ୱାଳ(୫୫)। ଆହତ ହେଲେ ବ୍ରହ୍ମାନନ୍ଦ ବିଶ୍ୱାଳ।

ସୂଚନାନୁଯାୟୀ, ବାପା କୈଳାସ ଓ ପୁଅ ବ୍ରହ୍ମାନନ୍ଦ ଏକ ବାଇକ୍‌ରେ ପୁରୀ ଯାଉଥିବା ବେଳେ ଉଭୟଙ୍କୁ ଏକ ଟ୍ରକ୍‌ ପଛରୁ ଧକ୍କା ଦେଇଥିଲା। ଏଥିରେ କୈଳାସ ଗୁରୁତର ଆହତ ହୋଇଥିଲେ। ଖବର ପାଇ ବଳଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ପିପିଲି ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର କୈଳାସଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ପରେ ଉତ୍ତକ୍ତ୍ୟ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ଦାବିରେ ଖେଲାର ଛକଠାରେ ନିମାପଡ଼ା-ପିପିଲି ରାସ୍ତାକୁ ଅବରୋଧ କରିଥିଲେ। ଫଳରେ ସକାଳ ସାଢ଼େ ୯ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। ନିମାପଡ଼ା ତହସିଲଦାର କମଲଜିତ ଦାସ, ଖେଲାର ଆର୍‌ଆଇ ପ୍ରୀୟମ୍ବଦା ପ୍ରଧାନ, ଏସ୍‌ଡିପିଓ ଶରତ ମିଶ୍ର ପ୍ରମୁଖ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିବା ସହ ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ। ଏଥିସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri