Posted inଖେଳ

ବାଉଚର୍‌ ଦକ୍ଷିଣ ଆଫ୍ରିକା ମୁଖ୍ୟ କୋଚ୍‌

କେପ୍‌ ଟାଉନ,୧୪।୧୨ (ଏଏଫ୍‌ପି): ପୂର୍ବତନ ଉଇକେଟ୍‌କିପର ମାର୍କ ବାଉଚର୍‌ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ନିଯୁକ୍ତ ହୋଇଛନ୍ତି। ଆଗାମୀ ୨୦୨୩ ବିଶ୍ୱକପ୍‌ ପର୍ଯ୍ୟନ୍ତ ବାଉଚର୍‌ଙ୍କୁ ଏହି ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି। କ୍ରିକେଟ୍‌ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)ର ଡିରେକ୍ଟର ଅଫ୍‌ କ୍ରିକେଟ୍‌ ତଥା ପୂର୍ବତନ ଅଧିନାୟକ ଗ୍ରେମ୍‌ ସ୍ମିଥ୍‌ ଶନିବାର ବାଉଚରଙ୍କ ନିଯୁକ୍ତି ସମ୍ପର୍କରେ ଘୋଷଣା କରିଛନ୍ତି। ‘ଯୁବ ଓ ଅନଭିଜ୍ଞ ଦକ୍ଷିଣ ଆଫ୍ରିକା ଦଳକୁ ସଜାଡ଼ିବା ପାଇଁ ବାଉଚରଙ୍କୁ ବୋର୍ଡକୁ ଅଣାଯାଇଛି। ଅନ୍ତର୍ଜାତୀୟ କ୍ରିକେଟର୍‌ ଭାବେ ତାଙ୍କର ଲମ୍ବା ଅନୁଭବ ରହିଥିବାରୁ ପ୍ରଥମେ ଟେଷ୍ଟ କ୍ଷେତ୍ରରେ ସଫଳତା ହାସଲ କରିବାକୁ କ’ଣ କରିବାକୁ ପଡ଼ିବ ତାହା ତାଙ୍କୁ ଜଣା’ ବୋଲି ସ୍ମିଥ୍‌ ଏହି ଅବସରରେ କହିଛନ୍ତି। ଏନୋଚ୍‌ ନକ୍‌ଓ୍ବେଙ୍କୁ ବାଉଚରଙ୍କ ଆସିଷ୍ଟାଣ୍ଟ ଭାବେ ନିଯୁକ୍ତ କରାଯାଇଛି। ଅନ୍ୟତମ ତାରକା ଅଲ୍‌ରାଉଣ୍ଡର ଜ୍ୟାକ୍‌ କାଲିସଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତ କରାଯିବ ବୋଲି ଚର୍ଚ୍ଚା ଚାଲିଛି। ୪୩ ବର୍ଷୀୟ ବାଉଚର ୧୯୯୭ରୁ ୨୦୧୨ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ପକ୍ଷରୁ ସେ ୧୪୭ ଟେଷ୍ଟ ୨୯୫ ଦିନିକିଆ ଓ ୨୫ ଟି୨୦ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିଛନ୍ତି। ବିଶ୍ୱ କ୍ରିକେଟ୍‌ରେ ବାଉଚରଙ୍କୁ ଅନ୍ୟତମ ଶ୍ରେଷ୍ଠ ଉଇକେଟ୍‌କିପର ଭାବେ ବିବେଚନା କରାଯାଏ। ସେ ଟେଷ୍ଟରେ ୫୩୨ କ୍ୟାଚ୍‌ ସହ ମୋଟ୍‌ ୫୫୫ ଡିସ୍‌ମିସାଲ କରି ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। ତେବେ ୨୦୧୨ରେ କାଉଣ୍ଟି କ୍ରିକେଟ୍‌ରେ ଉଇକେଟ୍‌ କିପିଂ କରୁଥିବାବେଳେ ଆଖିରେ ବେଲ୍‌ ବାଜି ଗୁରୁତର ଭାବେ ଆଘାତପ୍ରାପ୍ତ ହୋଇଥିଲେ। ଏହାପରେ ସେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲ୍‌ବିଦା କରିଥିଲେ। ଚଳିତ ମାସ ଶେଷ ଭାଗରେ ଇଂଲଣ୍ଡ ବିପକ୍ଷ ସିରିଜ ବାଉଚରଙ୍କ ଲାଗି ପ୍ରଥମ ପରୀକ୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?