Posted inରାଜ୍ୟ

ବାଉରୀ ନାଳରେ ପୋଲ ନିର୍ମାଣ ହେଉନି: ବର୍ଷା ହେଲେ ଯାତାୟାତ ଠପ୍‌

ଛେଣ୍ଡିପଦା,୨୮ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା-ପରା ପଥରପୁଞ୍ଜି ଗ୍ରାମ ରାସ୍ତାର ମଧ୍ୟଭାଗରେ ପ୍ରବାହିତ ବାଉରୀ ନାଳ ଉପରେ ଦୀର୍ଘଦିନର ଦାବି ସତ୍ତ୍ୱେ ସ୍ଥାୟୀ ପୋଲ ନିର୍ମାଣ ହେଉନି। ଫଳରେ ବର୍ଷା ଦିନେ ଅଞ୍ଚଳବାସୀ ହଇରାଣ ହେଉଛନ୍ତି। ସେଠାରେ ଥିବା ଏକ କମ୍‌ ଉଚ୍ଚତା ବିଶିଷ୍ଟ କଲଭର୍ଟ ବ୍ରିଜ୍‌ଟି ସାମାନ୍ୟ ବର୍ଷା ହେଲେ ବୁଡିଯାଉଛି। ଫଳରେ ଯାତାୟାତରେ ଘୋର ଅସୁବିଧା ହେଉଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ଏହି ନାଳରେ ବର୍ଷା ଦିନେ ବହୁ ମାତ୍ରାରେ ଜଳ ପ୍ରବାହିତ ହୋଇଥାଏ। ଫଳରେ ଏଠାରେ ଥିବା ବହୁ ପୁରାତନ ହ୍ୟୁମ ପାଇପ କଲଭର୍ଟ ବ୍ରିଜ ଉପରେ ପାଣି ଚାଲେ। ଅନୁଗୋଳ ଗ୍ରାମ୍ୟ ନିର୍ମାଣ ତଥା ଜରପଡା ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ହୋଇଥିବା ଏହି କଲଭର୍ଟ ବ୍ରିଜ କମ ଉଚ୍ଚତା ବିଶିଷ୍ଟ ହୋଇଥିବା ବେଳେ ଭାବରେ ହ୍ୟୁମ ପାଇପ ଦେଇ ପାଣି ନିଷ୍କାସନ ହୋଇପାରୁନାହିଁ। ଫଳରେ ପାଣି ପ୍ରବାହିତ ହେବା ପରେ ସେଠାରେ ଯାନବାହନ ଚଳାଚଳ ବନ୍ଦ ହୋଇଯାଏ। ଜରପଡା-ଟାଇଁସି-ଜଗନ୍ନାଥପୁର ଗ୍ରାମ୍ୟ ରାସ୍ତା ଉପରେ ବାଉରୀ ନାଳ ପ୍ରବାହିତ ହେଉଥିବା ଯୋଗୁ ଏହା ଉପରେ ନିର୍ଭର କରୁଥିବା ଲୋକେ ଜରୁରିକାଳୀନ ପରିସ୍ଥିତିରେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ତୁରନ୍ତ ବିଜୁ ସେତୁ ଯୋଜନା ମାଧ୍ୟମରେ ଏଠାରେ ଅଧିକ ଉଚ୍ଚତା ବିଶିଷ୍ଟ ସ୍ଥାୟୀ ପୋଲ ନିର୍ମାଣ କରିବା ପାଇଁ ସରପଞ୍ଚ ଭାନୁପ୍ରିୟା ପ୍ରଧାନ, ସମିତିସଭ୍ୟା କବିତା ବେହେରା, ପୂର୍ବତନ ସରପଞ୍ଚ ନାରାୟଣ ସାହୁ , ଶଶି ଭୂଷଣ ବେହେରା, କୁଶଧର ବାରିକ, ବେଣୁଧର ପ୍ରଧାନ, ବାଲିଆ ପ୍ରଧାନ ପ୍ରମୁଖ ପ୍ରେସ ବିବୃତି ମାଧ୍ୟମରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri