ବାଉରୀଯୋର ପୋଲ ଉପରେ ୭ଫୁଟ ପାଣି: ବୀରମହାରାଜପୁରରୁ ରେଢ଼ାଖୋଲ, ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୧୩।୮(ଡି.ଏନ.ଏ.): ବୀରମହାରାଜପୁର-ରେଢ଼ାଖୋଲ ରାସ୍ତାର ପିତାମହୁଲ ନିକଟ ବାଉରୀଯୋର ପୋଲ ଉପରେ ପ୍ରାୟ ୭ଫୁଟ ପାଣି ଜମି ପ୍ରବାହିତ ହେଉଥିବାରୁ ଉକ୍ତ ବାଟ ଦେଇ ଯାତାୟତ ବ୍ୟାହତ ହୋଇଛି। ଫଳରେ ବୀରମହାରାଜପୁରରୁ ରେଢ଼ାଖୋଲ ଓ ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ତେଲନଦୀ ଓ ମହାନଦୀରେ ବନ୍ୟା ପାଣି ଆସିବାରୁ ଏହି ପରିସ୍ଥିତି ସୃଷ୍ଟି ହୋଇଛି। ମହାନଦୀରେ ଅଧିକ ପାଣି ଆସିିବାରୁ ପୂର୍ବାହ୍ନ ୧୦ଟାରୁ ବାଉରୀଯୋରରେ ଜଳପତ୍ତନ ବୃଦ୍ଧି ପାଇଥିଲା। ମଧ୍ୟାହ୍ନବେଳକୁ ବାଉରୀଯୋର ପୋଲ ଉପରେ ପ୍ରାୟ ୭ ଫୁଟ ପାଣି ଜମି ରହିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି। ସକାଳୁ ଉକ୍ତ ରାସ୍ତା ଦେଇ ବୌଦ୍ଧ ଓ ରେଢ଼ାଖୋଲକୁ ଯାଇଥିବା ଲୋକେ ଅପରାହ୍ନରେ ଫେରିବା ବେଳେ ହଇରାଣ ହୋଇଛନ୍ତି। ଏପରିକି ଉକ୍ତ ରାସ୍ତା ଦେଇ ସୋନପୁର, ଉଲୁଣ୍ଡା, ବିନିକା, ବଲାଙ୍ଗୀର ଅଞ୍ଚଳର ଲୋକେ ରେଢ଼ାଖୋଲ, ବୌଦ୍ଧ, ଅନୁଗୋଳ ସମେତ ରାଜଧାନୀ ଭୁବନେଶ୍ୱର ଓ କଟକକୁ ଯିବା ଆସିବା କରନ୍ତି । ଏବେ ପୋଲ ଉପରେ ପାଣି ଥିବା ଯୋଗୁଁ ବୀରମହାରାଜପୁର ଉକ୍ତ ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ରହିଛି। ସୂଚନାଯୋଗ୍ୟ ଉକ୍ତ ଯୋର ଉପରେ ନୂତନ ଭାବରେ ଏକ ଉଚ୍ଚ ପୋଲ ନିର୍ମାଣ ହେଉଥିଲେ ମଧ୍ୟ କାମ ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଏହି ସମସ୍ୟା ଦେଖାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri