ବାକି ଟଙ୍କା ମାଗିବାରୁ ମହିଳାଙ୍କୁ ମାଡ଼ ଅଭିଯୋଗ

ଖଣ୍ଡପଡ଼ା,୧ା୮(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ କଇଁଥପଲ୍ଲୀ ଗ୍ରାମର ଜଣେ ବିଧବା ମହିଳା ସେହି ଗ୍ରାମର ଜଣେ ବ୍ୟକ୍ତିଙ୍କୁ ବାକି ଟଙ୍କା ମାଗିବାରୁ ସେ ଓ ତାଙ୍କ ମା’ ମାଡ଼ ମାରିଥିବା ନେଇ ବୁଧବାର ଥାନାରେ ଅଭିଯୋଗ ହୋଇଛି। ମହିଳାଙ୍କ ନାମ ଲବଙ୍ଗ ସ୍ବାଇଁ। କିଛି ମାସ ପୂର୍ବରୁ ଧାର ସୂତ୍ରରେ ୨୫ ହଜାର ଟଙ୍କା ନେଇଥିବା ମନୋଜ ପ୍ରଧାନଙ୍କୁ ବାକି ଟଙ୍କା ମାଗିବାର ସେ ଓ ତାଙ୍କ ମା ମିଶି ମାଡ଼ ମାରିଥିବା ନେଇ ଲବଙ୍ଗ ଖଣ୍ଡପଡ଼ା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ କେସ୍‌ ନଂ.୧୪୦/୨୦୧୯ରେ ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୋଗ ଅନୁସାରେ, ୨ ଦିନ ତଳେ ମହିଳା ଧାର ଟଙ୍କା ଫେରାଇବାକୁ କହିବାରୁ ଗଣ୍ଡଗୋଳ ଘଟିଥିଲା। ଘଟଣା ଦିନ ଲବଙ୍ଗ ପୁଣି ଟଙ୍କା ମାଗିବାରୁ କ୍ରୋଧାନ୍ବିତ ହୋଇ ମନୋଜ ଓ ତାଙ୍କ ମା’ ଉଭୟେ ଗାଁ ମଝିରେ ସର୍ବସାଧାରଣଙ୍କ ସମ୍ମୁଖରେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଲବଙ୍ଗଙ୍କ ପରିବାରବର୍ଗ ଦାବି କରି ନୟାଗଡ଼ ଏସ୍‌ପିଙ୍କ ଦୃଷ୍ଟି ଆକର୍ଷଣ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ଆଜି ଆମେରିକା-ଇରାନ ମଧ୍ୟରେ ହେବ ବଡ଼ ଡିଲ୍‌! ଟ୍ରମ୍ପଙ୍କ ଦାବି ପରେ ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୦।୪: ମଧ୍ୟପ୍ରାଚ୍ୟରେ ଅରାଜକତା ମଧ୍ୟରେ, ଆଶ୍ୱସ୍ତିର ଖବର ସାମ୍ନାକୁ ଆସୁଛି। ଇରାନ ଏହାକୁ ଅସ୍ବୀକାର କରିଚାଲିଥିବା ବେଳେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ…

ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ଗର୍ଭବତୀ କଲେ ୬୫ ବର୍ଷୀୟ ବୃଦ୍ଧ, ଥାନାରେ ପହଞ୍ଚି ସବୁ ସତ ବଖାଣିଲେ…

ମୋହନା,୨୦।୪( ମନ୍ମଥ ମିଶ୍ର ) : ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ କଲେ ଗର୍ଭବତୀ ୬୫ ବର୍ଷୀୟ ବୃଦ୍ଧ । ଏଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି…

ହଷ୍ଟେଲ ରୁମ୍‌ ଭିତରୁ ମିଳିଲା ଯୁକ୍ତ ୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଫୁଲବାଣୀ,୨୦।୪(ରାକେଶ କୁମାର ରାଉତ): ଫୁଲବାଣୀ ନବୋଦୟ ବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲ ରୁମ୍‌ ଭିତରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ଗୋଛାପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri