ବାଗଡ଼ିଆ ଅଞ୍ଚଳରେ କାଳବୈଶାଖୀ: ବ୍ୟାପକ କ୍ଷୟକ୍ଷତି

ଛେଣ୍ଡିପଦା,୨୭।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡ଼ିଆ ଅଞ୍ଚଳରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ହୋଇଛି। ଝଡତୋଫାନ ସହ କୁଆପଥର ବୃଷ୍ଟିପାତ ସାଙ୍ଗକୁ ପ୍ରବଳ ବେଗରେ ପବନ ବହିଛି। ଏଥିଯୋଗୁ ଅଧିକାଂଶ ଲୋକଙ୍କ ଚାଳଛପର ଘର, ଗୁହାଳ ଘର, ଆଜବେଷ୍ଟସ, ଟାଇଲ ଛପର ଆଦି ଭାଙ୍ଗି ଯାଇଛି । ସେହିପରି କେତେକ ସ୍ଥାନରେ ବଡ ବଡ ଗଛ ମଧ୍ୟ ଭାଙ୍ଗିଯାଇଛି। ଫଳରେ ଏହି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାଗଡିଆ, ପାତ୍ରପଡା, ଖମାର, ନୂଆଗାଁ, ତେଲିସାହି, ବସନ୍ତପୁର, ଶିମିଳିପାଳ, ମାଛକୁଟା, ଟାଙ୍ଗିରୀ, ପାଟକୁମୁଣ୍ଡା ଆଦି ଗ୍ରାମରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ସେହିପରି ଜରପଡା, ଦୁର୍ଗାପୁର, କତଡା, ଜେରେଙ୍ଗ ଆଦି ସ୍ଥାନରେ ଝଡତୋଫାନ, କୁଆପଥର ସହ ବୃଷ୍ଟିପାତ ହୋଇଛି। ବ୍ଲକ ପ୍ରଶାସନ ତଥା ରାଜସ୍ବ ବିଭାଗ ପକ୍ଷରୁ କ୍ଷୟକ୍ଷତି ଆକଳନ କରାଯାଇ ଆବଶ୍ୟକ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri