ବାଘ ଗୁଜବ: ନିରାଶରେ ଫେରିଲେ ବନ କର୍ମଚାରୀ

ତିହିଡ଼,୩୦ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ସୟା ପଞ୍ଚାୟତ ଅଧୀନ ମଥୁରାପୁର ଗ୍ରାମ ନିକଟସ୍ଥ କେନାଲ ଆଡ଼ିରେ ମଙ୍ଗଳବାର ସକାଳେ ଏକ ବାଘ ବୁଲୁଥିବା ଖବର ପ୍ରଚାରିତ ହୋଇଥିଲା। ଏଥିନେଇ ଗ୍ରାମବାସୀ ଓ ଆଖପାଖ ଅଞ୍ଚଳର ଲୋକେ ଆତଙ୍କିିତ ହୋଇପଡ଼ିଥିଲେ। ଖବର ପାଇ ପୋଲିସ ଏବଂ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିବା ପରେ ଏହା ଗୁଜବ ବୋଲି ଜାଣିବାକୁ ପାଇ ନିରାଶ ହୋଇ ଫେରିଥିଲେ।
ସ୍ଥାନୀୟ ଗ୍ରାମବାସୀଙ୍କ ସୂତ୍ରରୁ ଜଣାଯାଇଛି ଯେ, ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତି ବିଲକୁ ଯାଇଥିବା ବେଳେ କେନାଲ ଆଡ଼ିରେ ବାଘ ସଦୃଶ ଏକ ପ୍ରାଣୀ ଦେଖିବାକୁ ପାଇଥିଲେ। ସେ ଭୟଭୀତ ହୋଇ ଗଁାକୁ ଫେରିଆସି ବାଘ ବୁଲୁଥିବା କହିିଥିଲେ। ପରେ ଗ୍ରାମବାସୀ ବନ ବିଭାଗ କର୍ମଚାରୀଙ୍କୁ ଏ ସମ୍ପର୍କରେ ଖବର ଦେଇଥିଲେ। ତିହିଡ଼ି ପୋଲିସ ଓ ବନ ବିଭାଗ କର୍ମଚାରୀ ମଥୁରାପୁର ଗ୍ରାମରେ ପହଞ୍ଚତ୍ କେନାଲ ନିକଟ ଘଞ୍ଚ ବୁଦାରେ ଖୋଜାଖୋଜି କରିଥିଲେ। ସେମାନେ ସେଠାରେ କୌଣସି ଏକ ପ୍ରାଣୀର ପାଦ ଚିହ୍ନ ଦେଖିବାକୁ ପାଇଥିଲେ। କର୍ମଚାରୀମାନେ ଏହି ପାଦଚିହ୍ନ ଦେଖି ଏହା ଫିସିଙ୍ଗ୍‌ କ୍ୟାଟ୍‌ର ବୋଲି କହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri