ବାଘଛାଲ ସହ ୨ ବେପାରୀଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଅବାଧରେ ଚାଲିଛି। ଯେତେ ବାଘଛାଲ ଜବତ ହେଉଛି, ସେତେ ମିଳୁଛି। ମାର୍ଚ୍ଚ ୨୩ରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଏକ ବାଘଛାଲ ଜବତ କରିଥିବାବେଳେ ଶୁକ୍ରବାର ଆଉ ଚୋରା ଚାଲାଣ ର଼୍ୟାକେଟକୁ ଠାବ କରିଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ଅଞ୍ଚଳରେ ବାଘଛାଲ ବିକ୍ରି କରିବାକୁ ଡିଲ୍‌ ଚାଲିଥିବାବେଳେ ଏସ୍‌ଟିଏଫ୍‌ ଟିମ୍‌ ୨ଜଣ ବେପାରୀଙ୍କୁ ଧରିବା ସହ ସେମାନଙ୍କଠାରୁ ଏକ ବାଘଛାଲ ଜବତ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ନୟାଗଡ଼ ଜିଲାର ସୁଧୀର ବେହେରା ଓ ସୁବାସ ଚନ୍ଦ୍ର ବେହେରା। ଏସ୍‌ଟିଏଫ୍‌ ଆଇପିସି ଧାରା ୩୭୯/୪୧୧, ଆର୍‌/ଡବ୍ଲ୍ୟୁ ୫୧ ବନ୍ୟ ପ୍ରାଣୀ ସୁରକ୍ଷା ଆଇନ ୧୯୭୨ରେ ଏକ ମାମଲା (ନଂ. ୧୧/୨୧) ରୁଜୁ କରି ସେମାନଙ୍କୁ କୋର୍ଟ ଚାଲାଣ କରିଛି। ଜବତ ବାଘ ଛାଲର ବଜାର ମୂଲ୍ୟ ପ୍ରାୟ ୧୦ଲକ୍ଷ ଟଙ୍କା ହେବ। ଏହାକୁ ପରୀକ୍ଷା ପାଇଁ ଡେରାଡୁନ୍‌ସ୍ଥିତ ୱାଇଲ୍ଡ ଲାଇଫ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆକୁ ପଠାଯିବା ସହ ର଼୍ୟାକେଟରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଧରିବାକୁ ଚଢ଼ାଉ ଚାଲିଛି।
ତଦନ୍ତବେଳେ ଏସ୍‌ଟିଏଫ୍‌ ଜାଣିବାକୁ ପାଇଛି ଯେ, ଗିରଫ ସୁଧୀର ଓ ସୁବାସ ହେଉଛନ୍ତି ସମ୍ପର୍କୀୟ ଭାଇ। ଏମାନେ ନୟାଗଡ଼ ଜଙ୍ଗଲରୁ ଦୀର୍ଘବର୍ଷ ହେବ ବନ୍ୟଜନ୍ତୁଙ୍କ ଶିକାର କରନ୍ତି। ହାତୀ, ବାଘ, ବଜ୍ରକାପ୍ତା ଆଦି ବନ୍ୟଜନ୍ତୁଙ୍କୁ ମାରି ଦାନ୍ତ, ଛାଲ, କାତିକୁ ଚୋରାଚାଲାଣ କରୁଥିଲେ। ଗତ ଗୁରୁବାର ବିଳମ୍ବିତ ରାତିରେ ଦୁହେଁ ବୋଲଗଡ଼ ଅଞ୍ଚଳରେ ବାଘଛାଲ ଧରି ଗ୍ରାହକ ଅପେକ୍ଷାରେ ଥିବାବେଳେ ଖବରପାଇ ଏସ୍‌ଟିଏଫ୍‌ ଟିମ୍‌ର ଜଣେ ଅଫିସର ସେଠାକୁ ଗ୍ରାହକ ବେଶରେ ଯାଇ ମୂଲଚାଲ କରିଥିଲେ। ହେଲେ ମୂଲଚାଲବେଳେ ପୋଲିସ ବୋଲି ସନ୍ଦେହ କରି ସେମାନେ ଦୌଡ଼ି ପଳାଇବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଏସ୍‌ଟିଏଫ୍‌ ଟିମ୍‌ର ଅନ୍ୟ ସଦ୍ୟମାନେ ସେମାନଙ୍କୁ ମାଡ଼ିବସିଥିଲେ।
ଉଲ୍ଲେଖଯୋଗ୍ୟ, ବନ୍ୟଜନ୍ତୁ ଶିକାର ଓ ଅଙ୍ଗ ଚୋରା ଚାଲାଣ ବନ୍ଦ ପାଇଁ ବନ ବିଭାଗ ବିଫଳ ହୋଇଥିବାବେଳେ କ୍ରାଇମ୍‌ବ୍ରାଞ୍ଚ କଡ଼ା ନଜର ରଖିଛି। ସ୍ବତନ୍ତ୍ର ଡ୍ରାଇଭ ଆରମ୍ଭ କରିବା ସହ ଗତ ବର୍ଷକ ମଧ୍ୟରେ ଏସ୍‌ଟିଏଫ୍‌ ପକ୍ଷରୁ ୧୨ ବାଘ ଛାଲ, ୬ ହାତୀଦାନ୍ତ, ୨ ହରିଣ ଛାଲ, ୨ ଜିଅନ୍ତା ବଜ୍ରକାପ୍ତା, ୫ କିଗ୍ରା ବଜ୍ରକାପ୍ତା କାତି ଆଦି ଜବତ କରାଯାଇଛି। ଏଥିସହିତ ୧୩ ମାମଲାରେ ୨୪ ଜଣଙ୍କୁ ଗିରଫ କରାଯାଇଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହୁ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri