ବାଘୁଆ ଜଳ ଭଣ୍ଡାର: ଜଳ ନିଷ୍କାସନ ପାଇଁ ସତର୍କ ସୂଚନା ଜାରି

ବୁଗୁଡ଼ା,୨୫ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ବାଘୁଆ ଜଳ ଭଣ୍ଡାରରୁ ନଦୀରେ ଜଳ ନିଷ୍କାସନ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ଜଳ ସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଜଳ ଭଣ୍ଡାରର ସୁରକ୍ଷା ଦୃଷ୍ଟିରୁ ବାଘୁଆ ଜଳସେଚନ ଉପଖଣ୍ଡ ସହକାରୀ ନିର୍ବାହୀ ଯନ୍ତ୍ରୀ ଏହି ସତର୍କ ସୂଚନା ଡେଙ୍ଗୁରା ମାଧ୍ୟମରେ ନଈକୂଳିଆ ବାସୀଙ୍କୁ ଜଣାଇଛନ୍ତି। ତାକରଡ଼ା, ଭଗବାନପୁର, ବି.କରଡ଼ାବାଡ଼ି, ବିରଞ୍ଚତ୍ପୁର, ଗୋଲିଆ ଓ ଭାମଶିଆଳି ପଞ୍ଚାୟତବାସୀଙ୍କୁ ନଦୀରେ ଜଳ ନିଷ୍କାସନ ନିମନ୍ତେ ନିଜେ ସତର୍କ ରହିବା ସହ ଗୃହପାଳିତ ପ୍ରାଣୀଙ୍କୁ ମଧ୍ୟ ନଦୀ ଭିତରକୁ ନ ଛାଡ଼ିବାକୁ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଏହାର ନ କଲ ଜଳସେଚନ ବିଭାଗର ଉପରିସ୍ଥ ଅଧିକାରୀମାନଙ୍କୁ ଜଣାଇବା ସହ ସ୍ଥାନୀୟ ବିଭିନ୍ନ ପ୍ରଶାସନକୁ ମଧ୍ୟ ଦିଆଯାଇଛି ବୋଲି ସହ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ କହିଛନ୍ତି। ବାଘୁଆ ଜଳଭଣ୍ଡାରର ଜଳଧାରଣା କ୍ଷମତା ୩୧୦୦ ହେକ୍ଟର ମିଟର ଥିବା ବେଳେ ବୁଧବାର ଅପରାହ୍ନ ୪ଟା ସୁଦ୍ଧା ୨୭୨୬ ହେକ୍ଟର ମିଟରେ ପହଞ୍ଚତ୍ଛି । ଅନ୍ୟପଟେ ଜଳଭଣ୍ଡାରର ଉଚ୍ଚତା ସ୍ତର ୧୧୩.୮୫ ମିଟର ଥିବା ବେଳେ ବର୍ତ୍ତମାନ ଜଳସ୍ତର ୧୧୩.୪୦ ମିଟର ଉଚ୍ଚତାରେ ପହଞ୍ଚତ୍ ବିପଦ ସଙ୍କଟ ନିକଟତର ହୋଇଛି। ତେଣୁ ନିରାପତ୍ତା ଓ ସୁରକ୍ଷା ଦୃଷ୍ଟିରୁ କେଉଁ ସମୟରେ ଗେଟ ଦେଇ ଜଳ ନଦୀରେ ଛଡ଼ାଯିବ ତାହା ପ୍ରଶାସନ ନଜର ରଖିଛି । ବର୍ତ୍ତମାନ ଜଳ ଭଣ୍ଡାରକୁ ୧ ସେକେଣ୍ଡରେ ୪୦ ଘନ ମିଟର ଜଳ ପ୍ରବେଶ ହେଉଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri