ବାଙ୍କେଶ୍ୱରୀ ଘାଟିରେ ଅଟୋ ଓଲଟି ଚାଳକ ମୃତ

ଦିଗପହଣ୍ଡି,୨୫ା୧୧(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କେରାଣ୍ଡିମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟିରେ ରବିବାର ଅଟୋ ଓଲଟି ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶେରଗଡ଼ ଗ୍ରାମ ପାଇକ ସାହିର ଉଜ୍ଜ୍ୱଳ ମହାନ୍ତି। ପାହାଡ଼ ଶିଖରରେ ଥିବା ମାଁ ବାଙ୍କେଶ୍ୱରୀଙ୍କ ଦର୍ଶନ ସାରି ଶେରଗଡ଼ ଗାଁର କିଛି ଦର୍ଶନାର୍ଥୀ ଅଟୋରେ ଫେରୁଥିବା ବେଳେ ଅଟୋ ଚାଳକ ଘାଟିରେ ନିୟନ୍ତ୍ରଣ ହରାଇ ରାସ୍ତାକଡ଼ରେ ଥିବା ଏକ ପଥରକୁ ଧକ୍କା ଦେଇ ଓଲଟି ପଡ଼ିଥିଲା। ଅଟୋରେ ଥିବା ଶେରଗଡ଼ ଗ୍ରାମର ସୂର୍ଯ୍ୟନାରାୟଣ ପାତ୍ର, ସଂଯୁକ୍ତା ପାତ୍ର, ବଡ଼ଗଡ ଗ୍ରାମର ସିକନ୍ଦର ପାତ୍ର, ପୁଷ୍ପଲତା ପାତ୍ରଙ୍କ ସମେତ ଅଟୋ ଚାଳକ ଗୁରୁତର ଆହାତ ହୋଇଥିଲେ। ଦିଗପହଣ୍ଡି ଅଗ୍ନିଶମ ଅଧିକାରୀମାନେ ପହଞ୍ଚି ଆହାତଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲେ। ସେଠାରେ ଡାକ୍ତର ଉଜ୍ଜ୍ୱଳଙ୍କୁ ମୃତ ଘୋଷଣା କରିଥିଲେ। ବ୍ରହ୍ମପୁର ବୈଦ୍ୟନାଥପୁର ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri