ବାଙ୍ଗାଲୋରରେ ଓଡ଼ିଆ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ବାଲିଆପାଳ, ୧୭।୧୧(ସ୍ବ.ପ୍ର.)-ବାଙ୍ଗାଲୋରରେ ଏକ ଘରୋଇ କମ୍ପାନୀରେ ଚାକିରି କରୁଥିବା ବାଲିଆପାଳର ଜଣେ ଯୁବକ ଜଗତଜ୍ୟୋତି ପଟ୍ଟନାୟକ(୨୫)ଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି ା ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ବାଲିଆପାଳ ବ୍ଲକର ପାରୁଳିଆ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଅରବିନ୍ଦ ପଟ୍ଟନାୟକଙ୍କ ଏକମାତ୍ର ପୁଅ ଜଗତଜ୍ୟୋତି ଦୁର୍ଗାପୂଜା ପରେ ଜଣେ ସାଙ୍ଗଙ୍କ ସହିତ ବାଙ୍ଗାଲୋର ଯାଇଥିଲେ। ସେଠାରେ ସେ ଏକ ଘରୋଇ କମ୍ପାନୀରେ ଚାକିରି କରିଥିଲେ। ଶନିବାର ଜଗତ ତାଙ୍କ ସ୍ତ୍ରୀଙ୍କ ସହିତ କଥା ହୋଇଥିଲେ। ମାତ୍ର ଅପରାହ୍ନରେ ତାଙ୍କ ସ୍ତ୍ରୀ ଜଗତ ସହିତ ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲେ। ତାଙ୍କ ମୋବାଇଲ ସୁଇଚ୍‌ ବନ୍ଦ ଥିବାରୁ ଆଉ ଯୋଗାଯୋଗ ହୋଇପାରି ନ ଥିଲା। ରବିବାର ପୂର୍ବାହ୍ନରେ ଜଗତଙ୍କ ରୁମ୍‌ରେ ରହୁଥିବା ଆସାମର ଜଣେ ବନ୍ଧୁ ତାଙ୍କ ଘରକୁ ଫୋନ୍‌ କରି କହିଥିଲେ ଯେ, ସେମାନେ ଜଗତଙ୍କୁ ଅଚେତ୍‌ ଅବସ୍ଥାରେ ରାସ୍ତାରୁ ପାଇ ହସ୍‌ପିଟାଲରେ ରଖିଛନ୍ତି। ତାଙ୍କ ପାଟିରୁ ରକ୍ତ ବାହାରୁଛି, ତୁରନ୍ତ ଆସିବାକୁ କହିଥିଲେ। ଏହି ଖବର ଜଣାପଡ଼ବା ପରେ ବାଙ୍ଗାଲୋରରେ ରହୁଥିବା ତାଙ୍କ ପରିବାର ବନ୍ଧୁମାନେ ହସ୍‌ପିଟାଲକୁ ଯାଇଥିଲେ ଏବଂ ତାଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ। ରବିବାର ଶବ ବ୍ୟବଚ୍ଛେଦ ପରେ ସୋମବାର ଗ୍ରାମକୁ ଆସିବ ଓ ଅନ୍ତିମ ସଂସ୍କାର ହେବ। ତାଙ୍କର ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନାହିଁ। କେତେକ ତାଙ୍କୁ ହତ୍ୟା କରାଯାଇଥିବା କହୁଥିବା ବେଳେ ଆଉ କେତେକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା କହୁଛନ୍ତି। ତେବେ ବାଙ୍ଗାଲୋର ପୋଲିସ ଏହି ଘଟଣାରେ ୪ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା...

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି।...

ଘସିପୁରାରେ ସୌମ୍ୟରଞ୍ଜନ: ଭାଜପା ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ରାମଚନ୍ଦ୍ରପୁର,୧ା୫(ଗଣେଶ୍ୱର ସା):କେନ୍ଦୁଝର ଜିଲା ଘସିପୁରା ବିଧାନସଭା ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ସ୍ବାଗତ ଜଣାଯାଇଛି। ମଙ୍ଗଳବାର ଅପରାହ୍ନ ୩ଟା ସମୟରେ...

ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ...

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri