ବାଣ ଫୁଟି ୭ଜଣ ଆହତ

ବାଳକାଟୀ,୨୮।୧୦(ଡି.ଏନ.ଏ.)- ରାଜଧାନୀ ଉପକଣ୍ଠ ବାଳକାଟୀ ଫାଣ୍ଡି ଅଞ୍ଚଳରେ ରବିବାର ବାଣ ଫୁଟାଉଥିବାବେଳେ ୭ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ନୂଆପାଟଣା ଗ୍ରାମର ସୁଶୀଲ ଖଟେଇ(୩୦), ରିଙ୍କୁ ବେହେରା(୨୦), ବିଠଲ(୧୪), ସୂର୍ଯ୍ୟମଣି ବେହେରା(୨୬), ସନ୍ତୋଷ ବେହେରା(୧୬), ସଞ୍ଜୟ ବେହେରା(୧୬) ଏବଂ ପ୍ରଭାତି ବେହେରା। ଏମାନଙ୍କୁ ଚିକିତ୍ସା ଲାଗି ବାଳକାଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ସୁଶୀଲଙ୍କ ଅବସ୍ଥା ଗୁରୁତର ହେବାରୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନା ମୁତାବକ, ଦୀପାବଳି ଉପଲକ୍ଷେ ନୂଆପାଟଣା ଗ୍ରାମର ସୁଶୀଲ ରାତି ସାଢ଼େ ୧୦ଟାରେ ବାଣ କିଣି ଫୁଟାଇବା ଲାଗି ଗଁାରେ ପହଞ୍ଚତ୍ଥିଲେ। ଏହାଦେଖି ତାଙ୍କ ସାଙ୍ଗମାନେ ବାଣ ଭର୍ତ୍ତି ବ୍ୟାଗକୁ ଟଣାଓଟରା କରୁଥିବାବେଳେ ସୁଶୀଲଙ୍କ ହାତରୁ ବ୍ୟାଗଟି ଖସି ତଳେ ପଡିଥିଲା। ଫଳରେ ବ୍ୟାଗ ଭିତରେ ଥିବା ଶୂନଫୁଟକା ବାଣଟି ଫୁଟିବାରୁ ଅନ୍ୟ ବାଣଗୁଡ଼ିକ ମଧ୍ୟ ଏକା ସାଙ୍ଗରେ ବିସ୍ଫୋରଣ ହୋଇଥିଲା। ଚାରିଆଡ଼େ ନିଆଁ ସହ ଶୂନଫୁଟକାରୁ ଗୋଡ଼ି ବାହାରି ପାଖରେ ଥିବା ସମସ୍ତଙ୍କ ଦେହରେ ବାଜିଥିଲା। ସ୍ଥାନୀୟ ଲୋକେ ୭ଜଣଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri