ବାଣ ଫୁଟି ୭ଜଣ ଆହତ

ବାଳକାଟୀ,୨୮।୧୦(ଡି.ଏନ.ଏ.)- ରାଜଧାନୀ ଉପକଣ୍ଠ ବାଳକାଟୀ ଫାଣ୍ଡି ଅଞ୍ଚଳରେ ରବିବାର ବାଣ ଫୁଟାଉଥିବାବେଳେ ୭ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ନୂଆପାଟଣା ଗ୍ରାମର ସୁଶୀଲ ଖଟେଇ(୩୦), ରିଙ୍କୁ ବେହେରା(୨୦), ବିଠଲ(୧୪), ସୂର୍ଯ୍ୟମଣି ବେହେରା(୨୬), ସନ୍ତୋଷ ବେହେରା(୧୬), ସଞ୍ଜୟ ବେହେରା(୧୬) ଏବଂ ପ୍ରଭାତି ବେହେରା। ଏମାନଙ୍କୁ ଚିକିତ୍ସା ଲାଗି ବାଳକାଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ସୁଶୀଲଙ୍କ ଅବସ୍ଥା ଗୁରୁତର ହେବାରୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନା ମୁତାବକ, ଦୀପାବଳି ଉପଲକ୍ଷେ ନୂଆପାଟଣା ଗ୍ରାମର ସୁଶୀଲ ରାତି ସାଢ଼େ ୧୦ଟାରେ ବାଣ କିଣି ଫୁଟାଇବା ଲାଗି ଗଁାରେ ପହଞ୍ଚତ୍ଥିଲେ। ଏହାଦେଖି ତାଙ୍କ ସାଙ୍ଗମାନେ ବାଣ ଭର୍ତ୍ତି ବ୍ୟାଗକୁ ଟଣାଓଟରା କରୁଥିବାବେଳେ ସୁଶୀଲଙ୍କ ହାତରୁ ବ୍ୟାଗଟି ଖସି ତଳେ ପଡିଥିଲା। ଫଳରେ ବ୍ୟାଗ ଭିତରେ ଥିବା ଶୂନଫୁଟକା ବାଣଟି ଫୁଟିବାରୁ ଅନ୍ୟ ବାଣଗୁଡ଼ିକ ମଧ୍ୟ ଏକା ସାଙ୍ଗରେ ବିସ୍ଫୋରଣ ହୋଇଥିଲା। ଚାରିଆଡ଼େ ନିଆଁ ସହ ଶୂନଫୁଟକାରୁ ଗୋଡ଼ି ବାହାରି ପାଖରେ ଥିବା ସମସ୍ତଙ୍କ ଦେହରେ ବାଜିଥିଲା। ସ୍ଥାନୀୟ ଲୋକେ ୭ଜଣଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri