ବାଣଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ

ଜୟପୁର,୨୮ା୧୦(ନି.ପ୍ର.): ଜୟପୁରରେ ବାଣଫୁଟାକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ରବିବାର ଦୀପାବଳୀ ରାତିରେ ବାଣଫୁଟା ଚାଲିଥିବା ବେଳେ ବିଜୁ ନଗର ଓ ଖ୍ରୀଷ୍ଟିଆନ ସାହି ମଧ୍ୟରେ ଧସ୍ତାଧସ୍ତି ଚାଲିଥିଲା। ଏନେଇ ଅମର ନାଏକଙ୍କ ଅଭିଯୋଗକ୍ରମେ ପୋଲିସ ବିଜୁନଗରର ୨୦ ଜଣଙ୍କ ନାମରେ ମାମଲା ରୁଜୁ କରିଥିଲା। ଅନ୍ୟପକ୍ଷରେ ବିଜୁ ନଗରବାସୀଙ୍କ ପାଲଟା ଅଭିଯୋଗ ପାଇ ପୋଲିସ ଖ୍ରୀଷ୍ଟିଆନ ସାହିର ୮ ଜଣଙ୍କ ନାମରେ ମାମଲା ଦାୟର କରିଥିଲା। ଉଭୟ ଗୋଷ୍ଠୀର ଅଭିଯୋଗ ଅନୁସାରେ ପୋଲିସ କେସ୍‌ ନଂ ୬୪/୧୯ ଓ ୬୫/୧୯ରେ ପୃଥକ ମାମଲା ରୁଜୁ କରିଥିବା ଟାଉନ ଥାନା ଅଧିକାରୀ ବାଲେଶ୍ୱର ଗିଧି ସୂଚନା ଦେଇଛନ୍ତି। ଅମର କିଛିଦିନ ହେବ ଜୟପୁରରେ ନିଶାମୁକ୍ତି ଅଭିଯାନ ଚଳାଇ ଆସୁଥିବା ବେଳେ ମଦ ମାଫିଆଙ୍କ ଟାର୍ଗେଟରେ ଥିଲେ। ଜଣେ ମଦ ବେପାରୀ ଜାଣିଶୁଣି ଅମନଙ୍କ ଘର ସାମ୍ନାରେ କେତେକ ଲୋକଙ୍କୁ ନେଇ ବାଣ ଫୁଟାଇଥିଲେ। ଏହାକୁ ବିରୋଧ କରିବାରୁ ମଦ ବେପାରୀଙ୍କ ସମର୍ଥକ ତାଙ୍କ ଉପରେ ଆକ୍ରମଣ କରିଥିଲେ ବୋଲି ଅମର ଥାନାରେ ଦେଇଥିବା ଏତଲାରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri