Posted inଜାତୀୟ

ବାଣିଜ୍ୟ ପାଇଁ ଫିଟିବ ବାଟ

ମାମଲ୍ଲାପୁରମ୍‌,୧୩ା୧୦(ପି.ଟି.): ବାଣିଜ୍ୟ ଓ ପୁଞ୍ଜିନିବେଶ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ଭାରତ ଓ ଚାଇନା ମଧ୍ୟରେ ସହମତି ପ୍ରକାଶ ପାଇଛି। କ୍ଷେତ୍ରୀୟ ଓ ବିଶ୍ୱସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକୁ ନେଇ ପାରସ୍ପରିକ ସହଯୋଗ ନେଇ ମଧ୍ୟ ଦୁଇଦେଶ ରାଜି ହୋଇଛନ୍ତି। ତାମିଲନାଡ଼ୁର ମାମଲ୍ଲାପୁରମ୍‌ରେ ବହିର୍ବ୍ୟାପାର ସଚିବ ବିଜୟ ଗୋଖଲେ ଶନିବାର ଏନେଇ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ନରେନ୍ଦ୍ର ମୋଦି ଓ ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ଦୁଇଦିନିଆ ଅନୌପଚାରିକ ଆଲୋଚନା ଶେଷ ହେବା ପରେ ଏହାର ନିଷ୍କର୍ଷ ନେଇ ଗୋଖ୍‌ଲେ କହିଛନ୍ତି, ବାଣିଜି୍ୟକ ନିଅଣ୍ଟ ହ୍ରାସ ପାଇଁ ପଦକ୍ଷେପ ନେବା ସକାଶେ ବେଜିଂ ପ୍ରସ୍ତୁତ। ବାଣିଜ୍ୟ ଓ ପୁଞ୍ଜିନିବେଶ ସମ୍ପର୍କିତ ସମସ୍ୟାର ସମାଧାନ ପାଇଁ ଏକ ନୂଆ ବ୍ୟବସ୍ଥା ଗ୍ରହଣ କରାଯିବ। ଏଥିଲାଗି ଜିନ୍‌ପିଙ୍ଗ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ଆଞ୍ଚଳିକ ବିସ୍ତୃତ ଅର୍ଥନୈତିକ ସହଯୋଗିତା (ଆର୍‌ଇସିପି) ନେଇ ମଧ୍ୟ ଆଗକୁ ଆଲୋଚନା ହେବ ବୋଲି ଜିନ୍‌ପିଙ୍ଗ୍‌ କହିଛନ୍ତି। ବିଶ୍ୱସ୍ତରରେ ବାଣିଜି୍ୟକ ସମସ୍ୟାଗୁଡ଼ିକର ସମାଧାନ ପାଇଁ ଭାରତ ଓ ଚାଇନାର ଅବଦାନ ରହିବା ଆବଶ୍ୟକ ବୋଲି ଉଭୟ ମୋଦି ଓ ଜିନ୍‌ପିଙ୍ଗ୍‌ ହୃଦୟଙ୍ଗମ କରି ନିୟମଭିତ୍ତିକ ବିଶ୍ୱସ୍ତରୀୟ ବାଣିଜି୍ୟକ ବ୍ୟବସ୍ଥା ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥିସହ ଜିନ୍‌ପିଙ୍ଗ୍‌ ପ୍ରତିରକ୍ଷା କ୍ଷେତ୍ରରେ ସହଯୋଗ ବୃଦ୍ଧିର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଥିବା ଗୋଖଲେ କହିଛନ୍ତି। ଜିନ୍‌ପିଙ୍ଗ୍‌ ଭାରତ ଗସ୍ତ ଶେଷ କରି ନେପାଳରେ ପହଞ୍ଚତ୍ଛନ୍ତି। କାଠମାଣ୍ଡୁସ୍ଥିତ ତ୍ରିଭୁବନ ବିମାନବନ୍ଦରରେ ତାଙ୍କୁ ସ୍ବାଗତ କରୁଛନ୍ତି ନେପାଳ ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ। ୨୩ ବର୍ଷ ପରେ ଚାଇନାର କୌଣସି ରାଷ୍ଟ୍ରପତି ନେପାଳ ଗସ୍ତ କରିବାରେ ଏହା ହେଉଛି ପ୍ରଥମ। ଏହି ଅବସରରେ ଜିନ୍‌ପିଙ୍ଗ୍‌ କେତେକ ଭିତ୍ତିଭୂମି ପ୍ରକଳ୍ପ ପାଇଁ ଚୁକ୍ତିନାମା ସ୍ବାକ୍ଷର କରିପାରନ୍ତି।

ରାଜୀବ ଆରମ୍ଭ କରିଥିଲେ ଦ୍ୱିପାକ୍ଷିକ ସମ୍ପର୍କ: କଂଗ୍ରେସ

ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଯୋଗୁ ଭାରତ ଓ ଚାଇନା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆରମ୍ଭ ହୋଇଥିଲା। ୧୯୮୮ରେ ରାଜୀବ ଚାଇନା ଗସ୍ତ କରି ସମ୍ପର୍କ ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ମନମୋହନ ସିଂଙ୍କ ନେତୃତ୍ୱାଧୀନ ଉପା ସରକାର ୧୦ ବର୍ଷ ମଧ୍ୟରେ ଏହି ସମ୍ପର୍କକୁ ଆଗକୁ ବଢ଼ାଇଥିଲା ବୋଲି ଶନିବାର ବରିଷ୍ଠ କଂଗ୍ରେସ ନେତା ଆନନ୍ଦ ଶର୍ମା କହିଛନ୍ତି। ଅକ୍‌ସାଇ ଚୀନ ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତରରେ ଆନନ୍ଦ କହିଛନ୍ତି, ଏହା ହେଉଛି କଶ୍ମୀରର ଏକ ଅଂଶ। ଚାଇନାର ବେଆଇନ ଦଖଲରେ ଥିବା ଅକ୍‌ସାଇ ଚୀନକୁ ଭାରତକୁ ଫେରାଇ ଆଣିବା ପାଇଁ କଂଗ୍ରେସ ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି)ରେ ଏକ ପ୍ରସ୍ତାବ ଗୃହୀତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କ ଦ୍ୱିତୀୟ ଅନୌପଚାରିକ ଆଲୋଚନା ପରିପ୍ରେକ୍ଷୀରେ ସେ ଏହି ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଚଢି ନାଚିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ଭାଜପା ଏବଂ କଂଗ୍ରେସ ଦଳ ମଧ୍ୟପ୍ରଦେଶରେ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଜନସାଧାରଣଙ୍କୁ ନିଜ ଆଡକୁ...

ଭାଜପା ନେତାଙ୍କ ରାଲିରେ ଫୁଟିଲା ଗୁଳି, ଭିଡିଓ ଭାଇରାଲ, ଯାଞ୍ଚ ପରେ ଜଣାପଡିଲା ସତ୍ୟତା

ଗୋଣ୍ଡା,୪।୫: ବହୁ ଚର୍ଚ୍ଚିତ କେସରଗଞ୍ଜ ସଂସଦୀୟ ଆସନରୁ ଭାଜପା ପ୍ରାର୍ଥୀ କରଣ ଭୂଷଣ ସିଂଙ୍କ ରାଲିରେ ବାଣ ଫୁଟିବାର ଏକ ଭିଡିଓ ସାମ୍ନାକୁ ଆସିଛି। କରଣଭୂଷଣ...

ଅରବିନ୍ଦ କେଜରିଓ୍ବାଲ ବାରାଣାସୀରୁ ଲଢନ୍ତୁ ଲୋକ ସଭା ନିର୍ବାଚନ: ଏସପି ନେତାଙ୍କ ଦାବି

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନ ମଧ୍ୟରେ ସମାଜବାଦୀ ପାର୍ଟିର ନେତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପରାମର୍ଶ ଦେଇଛନ୍ତି।...

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ସ, କହିଲେ ସଫଳ ବିବାହାର ଆଧାର ସହନଶୀଳତା

ନୂଆଦିଲ୍ଲୀ,୪।୫: ସୁଖି ଦାମ୍ପତ୍ୟ ଜୀବନ ବିଷୟରେ ପରାମର୍ଶଦାତା ପରି ସୁପ୍ରିମକୋର୍ଟ କିଛି ଟିପ୍ସ ଦେଇଛନ୍ତି। ଶୁକ୍ରବାର କୋର୍ଟ କହିଛନ୍ତି ଯେ ସହନଶୀଳତା ଏବଂ ସମ୍ମାନ ଏକ...

ରାଜନୀତିରେ ଅଜବ ଦୃଶ୍ୟ, ମଇଁଷି-ମେଣ୍ଢା ଉପରେ ଆସି କରୁଛନ୍ତି ନାମାଙ୍କନ ଦାଖଲ

କୋଲକାତା,୪।୫: ଲୋକ ସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମ ଜାରି ରହିଛି। ବିଭିନ୍ନ ଦଳର ପ୍ରାର୍ଥୀ ନିଜର ଖାସ୍‌ ଅନ୍ଦାଜରେ ଆସି ନାମାଙ୍କନ...

ହ୍ବାଟସଆପର ଭୁଲ ବ୍ୟବହାର କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ, ୭୯ ଲକ୍ଷରୁ ଅଧିକ ଆକାଉଣ୍ଟ ଉପରେ ମେଟା ଲଗାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୪।୫: ମେଟା ମାଲିକାନା ହ୍ବାଟସ ଆପ କହିଛି ଯେ ମାର୍ଚ୍ଚରେ ଏହା ଭାରତରେ ୭୯ଲକ୍ଷରୁ ଅଧିକ ଆକାଉଣ୍ଟକୁ ନିଷିଦ୍ଧ କରିଛି। ମାର୍ଚ୍ଚ ୧ ରୁ ୩୧ମଧ୍ୟରେ...

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri