ବାଣିଜ୍ୟ ବିବାଦର ସମାଧାନ ଲାଗି ଆସନ୍ତା ମାସରେ ଆମେରିକା ଯିବେ ଗୋୟଲ

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ଆସନ୍ତା ମାସରେ ଆମେରିକା ଯିବେ। ଓ୍ବାଶିଂଟନରେ ପହଞ୍ଚତ୍ବା ପରେ ଆମେରିକା ବାଣିଜ୍ୟ ପ୍ରତିନିଧି(ୟୁଏସ୍‌ଟିଆର୍‌) ମୁଖ୍ୟ ରବର୍ଟ ଲାଇଟହାଇଜରଙ୍କୁ ସେ ଭେଟିବେ। ଦୁଇ ଦେଶ ମଧ୍ୟରେ ସୃଷ୍ଟି ହୋଇଥିବା ବାଣିଜ୍ୟ ବିବାଦର ସମାଧାନ ଏହି ବୈଠକର ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଗୁରୁବାର ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି। ଗୋୟଲ ଅଗଷ୍ଟ ୭,୮ ଓ ୯ରେ ଗୋୟଲ ତାଙ୍କର ସମକକ୍ଷଙ୍କ ସହ ଦୁଇ ଦେଶର ବାଣିଜ୍ୟ ନେଇ ଆଲୋଚନା କରିବେ। ଆମେରିକା ଓ ଭାରତ ବିଭିନ୍ନ ସାମଗ୍ରୀ ଉପରେ ଏବେ ଟାରିଫ ବୃଦ୍ଧି କରିଥିବାରୁ ଦୁଇଦେଶର ବାଣିଜ୍ୟକୁ ନେଇ ଏବେ ମତଭେଦ ସୃଷ୍ଟି ହୋଇଛି। ଏହି କାରଣରୁ ଗୋୟଲଙ୍କ ବୈଠକ ବେଶ୍‌ ଗୁରୁତ୍ୱ ବହନ କରୁଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତକୁ ମିଳୁଥିବା ଜିଏସ୍‌ପି ମାନ୍ୟତାକୁ ପ୍ରତ୍ୟାହାର କରିନେବା ପରେ ଭାରତ ପକ୍ଷରୁ ପାଲ୍‌ଟା ଜବାବ ଦିଆଯାଇ ଆମେରିକାର ୨୮ ସାମଗ୍ରୀ ଉପରେ ଟାରିଫ ବୃଦ୍ଧି କରାଯାଇଛି। ନିକଟରେ ଜାପାନର ଓସାକାରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବା ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଦୁଇ ଦେଶର ବାଣିଜ୍ୟ ନେଇ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri