ବାତ୍ୟା ‘ଅମ୍ପନ୍‌’ ପ୍ରଭାବରେ କେନ୍ଦ୍ରାପଡ଼ାବାସୀ ଆତଙ୍କିତ: ୧୨୦ କିମି ବେଗରେ ବହୁଛି ପବନ, ୮ ହଜାର ଲୋକ ସ୍ଥାନାନ୍ତର

କେନ୍ଦ୍ରାପଡା ଅଫିସ, ୨୦ା୫: ସାମୁଦ୍ରିକ ଝଡ଼ ‘ଅମ୍ପନ’ କେନ୍ଦ୍ରାପଡ଼ା ଜିଲାରେ ବିଶେଷଭାବେ ପ୍ରଭାବ ପକାଇଛି। ମଙ୍ଗଳବାର ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ସାମାନ୍ୟ ବର୍ଷା, ପବନ ବୁଧବାର ସକାଳେ ଉଗ୍ରରୂପ ଧାରଣ କରିଛି। ଘଣ୍ଟାକୁ ୧୦୦ରୁ ୧୨୦ କିମି ବେଗରେ ପବନ ବହିବା ସହ ତୁହାକୁ ତୁହା ବର୍ଷା ହେଉଛି। ଫଳରେ ଜିଲାର ହାଇଆଲର୍ଟରେ ଥିବା ରାଜନଗର ଓ ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବହୁ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡିପଡ଼ିବା ସହ କଚାଘର ଭାଙ୍ଗିପଡ଼ିଛି। ଏହାର ପ୍ରଭାବରେ ଜିଲାବାସୀ ଆତଙ୍କିତ ହୋଇପଡିଛନ୍ତି। ଏହାର ପ୍ରଭାବରେ ଜିଲାରେ ଅଦ୍ୟାବଧି ୧୭୮ ମିଲିମିଟର ବର୍ଷା ହୋଇଛି। ଆଗାମୀ ୮ ଘଣ୍ଟା ଏହାର ପ୍ରଭାବ ରହିବ ବୋଲି ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।ସେ କହିଛନ୍ତି ଯେ, ପବନର ବେଗ ଘଣ୍ଟାପ୍ରତି ସର୍ବାଧିକ ୧୩୫ କିମି ରହିବ ବୋଲି ଆକଳନ କରାଯାଇଛି। ଏହି ସମୟରେ ଘରୁ ବାହାରକୁ ନ ବାହାରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।
ଏଥିସହି ଜିଲାପାଳ ସୂଚନା ଦେଇଛନ୍ତି ଯେ, ମଙ୍ଗଳବାର ମଧ୍ୟରାତ୍ରୀ ସୁଦ୍ଧା ଜିଲାର ସମୁଦ୍ର ତଟାଞ୍ଚଳ ୩୨୦୬୦ ଅଧିବାସୀଙ୍କୁ ଚିହ୍ନଟ ୮୨ଟି ବାତ୍ୟା ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର କରାଯାଇଥିଲା। ବୁଧବାର ମଧ୍ୟାହ୍ନ ସୁଦ୍ଧା ପ୍ରାୟ ୮ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ପବନର ବେଗ କମିବା ପରେ ସଜାଗ ହୋଇ ରହିଥିବା ଏନ୍‌ଡିଆର୍‌ଏଫ, ଓଡ୍ରାଫ, ଅଗ୍ନିଶମ ବାହିନୀ ଯାତାୟତ ପଥକୁ ସୁଗମ କରିବେ। ଏଥିସହିତ ବିଭାଗୀୟ ଅଧିକାରୀମାନେ ଲୋକଙ୍କ ନିକଟରେ ପହଞ୍ଚି ମୌଳିକ ସୁବିଧା ଯୋଗାଇ ଦେବେ। ପ୍ରତ୍ୟେକ ଆଶୟସ୍ଥଳରେ ଶୁଖିଲା ଖାଦ୍ୟ, ପାନୀୟ ଜଳ ଓ ଆପାତକାଳୀନ ଔଷଧ ମହଜୁଦ ରଖାଯାଇଥିବା ଜିଲାପାଳ ବର୍ମା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

EPF ଖାତାଧାରୀଙ୍କ ପାଇଁ ବଡ଼ ଖବର! ୧୮୦୦ରୁ ଅଧିକ ଜମା ଆଉ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୩।୭: ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ ନୂତନ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଯୋଜନା-୨୦୨୬ ଅଧୀନରେ ୧୫,୦୦୦ ମାସିକ ମଜୁରୀ ସୀମା ଅତିକ୍ରମ କରିବାକୁ ସ୍ୱେଚ୍ଛାକୃତ କରିଛି।…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ନିବେଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି: କେବଳ ସୁଧରେ ହିଁ ହୋଇଯାଏ ଲକ୍ଷ ଲକ୍ଷ ଟଙ୍କା ରୋଜଗାର

ନୂଆଦିଲ୍ଲୀ,୩।୭: ସୁରକ୍ଷିତ ଭବିଷ୍ୟତ ପାଇଁ ସଠିକ ସମୟରେ ସଠିକ ସ୍ଥାନରେ ଟଙ୍କା ନିବେଶ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ନିଶ୍ଚିତ କରେ ଯେ, ଆପଣଙ୍କୁ ଆର୍ଥିକ ଜରୁରୀକାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri