ବାତ୍ୟା ‘ଅମ୍ଫନ’ର ପ୍ରଭାବ: ଖଇରାରେ ଶତାଧିକ କଚ୍ଚାଘର ଭାଙ୍ଗିଲା

ଖଇରା,୨୦।୫(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ର ପ୍ରଭାବରେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ବହୁ କ୍ଷତିଗ୍ରସ୍ତ ହୋଇଛି। ଝଡ଼ବର୍ଷା ସହ ପବନରେ ବେଗ ବଢ଼ିବାରେ ଲାଗିଛି। ବହୁ ଚାଳଛପର ଓ ଆଜବେଷ୍ଟସ୍‌ ଘର ଭାଙ୍ଗିପଡ଼ିଛି। ସେହିପରି ବହୁ ଗଛ ଉପୁଡିବା ସହ ରାସ୍ତା ଉପରେ ପଡିବା କାରଣରୁ ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି। ଅଚ୍ୟୁତପୁର ପଞ୍ଚାୟତ ଓହଡ଼ ଗ୍ରାମର ଦାମୋଦର କରଙ୍କ ଅସ୍ଥାୟୀ ଚାଳଘର ପବନରେ ଉଡିଯିବା ଯୋଗୁ ସେ ବାସହୀନ ହୋଇପଡିଛନ୍ତି।ସେହିଭଳି ଗଛ ଭାଙ୍ଗି ପଡ଼ିବା କାରଣରୁ ବଣପାରିଆ ଗ୍ରାମ, ନୁଆସାହି ଗ୍ରାମ, ନନ୍ଦୁର ବ୍ରହ୍ମଚାରୀ ଗ୍ରାମର ବହୁ ପରିବାରଙ୍କ ବାସଗୃହ ଭାଙ୍ଗିଯାଇଥିବା ଜଣାପଡ଼ିଛି। ଗଣ୍ଡିବେଡ ବଜାରରେ ଗଛପଡି ଅନେକ ଦୋକାନ ଗୃହ ମଧ୍ୟ ନଷ୍ଟ ହୋଇଛି। ପବନ କମିବା ପରେ କ୍ଷୟକ୍ଷତି ଆକଳନ କରାଯିବ ବୋଲି ତହସିଲଦାର ପ୍ରଦୀପ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri