ବାତ୍ୟା ଅମ୍ଫନ୍‌ କ୍ଷୟକ୍ଷତି ଆକଳନ: ବାଲେଶ୍ୱର, କେନ୍ଦ୍ରାପଡ଼ା ପରିଦର୍ଶନ କଲେ କେନ୍ଦ୍ରୀୟ ଟିମ୍‌; ଶୁକ୍ରବାର ଗସ୍ତ କରିବେ ଜଗତ୍‌ସିଂହପୁର, ଭଦ୍ରକ 

ଭୁବନେଶ୍ୱର,୪ା୬(ବ୍ୟୁରୋ)/କେନ୍ଦ୍ରାପଡ଼ାଅଫିସ/ଭୋଗରାଇ/ବାଲିଆପାଳ, (ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ୍‌ର କ୍ଷୟକ୍ଷତି ଆକଳନ କରିବାକୁ ଏକ ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ଏହି ଟିମ୍‌ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ କୃଷି ଓ ସମବାୟ ବିଭାଗର ଆସିଷ୍ଟାଣ୍ଟ କମିଶନର ସୋମନାଥ ଆଗାସିମନି, ନୂଆଦିଲ୍ଲୀ ସ୍ଥିତ ମତ୍ସ୍ୟ ବିଭାଗର ଆସିଷ୍ଟାଣ୍ଟ କମିଶନର ଏସ.କେ. ରଥ, ଅର୍ଥ ମନ୍ତ୍ରଣାଳୟର ଖର୍ଚ୍ଚ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ସୁରଜ କୁମାର ପ୍ରଧାନ, ଜଳଶକ୍ତି ମନ୍ତ୍ରଣାଳୟର ସୁପରିଣ୍ଟେଣ୍ଡିଂ ଇଞ୍ଜିନିୟର ଅମରୀଶ ପାଲ ସିଂ, ଶକ୍ତି ମନ୍ତ୍ରଣାଳୟର ନିର୍ଦ୍ଦେଶକ ଏନ୍‌ଆର୍‌ଏଲ୍‌କେ ପ୍ରସାଦ ଏବଂ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ଅଧିକାରୀ ବି ଏନ ସହାୟ ଏହି ଟିମ୍‌ର ସଦସ୍ୟ ରହିଛନ୍ତି। ଏହି କେନ୍ଦ୍ରୀୟ ଟିମ୍‌ ଦୁଇଦିନ ୪ଟି ଜିଲା ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଜଗତ୍‌ସିଂହପୁର ଗସ୍ତକରି କ୍ଷୟକ୍ଷତି ଆକଳନ କରିବେ। ୫ ତାରିଖରେ ଟିମ୍‌-ଏ ଭଦ୍ରକ ଏବଂ ଟିମ୍‌-ବି ଜଗତ୍‌ସିଂହପୁର ଗସ୍ତ କରିବେ। ସେହି ଦିନ ଅପରାହ୍ନରେ ଉଭୟ ଟିମ୍‌ ଭୁବନେଶ୍ୱର ଫେରିଆସିବେ। ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କ ସହିତ ବୈଠକରେ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିବେ। ଗୁରୁବାର ଏହି ଟିମ୍‌ ଦୁଇ ଭାଗରେ ବିଭକ୍ତ ହୋଇ ଜିଲାଗସ୍ତ କରିଛନ୍ତି। ଟିମ୍‌-ଏ ବାଲେଶ୍ୱର ଏବଂ ଟିମ୍‌-ବି କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଛନ୍ତି।
କେନ୍ଦ୍ରୀୟ ଟିମ୍‌-ବି ସଦସ୍ୟଙ୍କ ସହିତ ଜିଲାପାଳ ସମର୍ଥ ବର୍ମା ପ୍ରମୁଖ ରାଜନଗର ବ୍ଲକ ପେଣ୍ଠ ଓ ନଳିତାପାଟିଆ ଅଞ୍ଚଳ ପରିଦର୍ଶନ କରିଥିଲେ। ପରେ ଜିଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ଟିମ୍‌ ସହ ଜିଲା ପ୍ରଶାସନ ଅଧିକାରୀମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜିଲା ଜରୁରିକାଳୀନ ଅଧିକାରୀ ସମ୍ବିତ୍‌ କୁମାର ଶତପଥୀ ଅମ୍ଫନ୍‌ ସମୟରେ କ୍ଷୟକ୍ଷତି ସହିତ ବାତ୍ୟା ପରିଚାଳନା ସମ୍ପର୍କରେ ତଥ୍ୟ ପ୍ରଦାନ କରିଥିଲେ। ସେ ଦର୍ଶାଇଥିଲେ, ଅମ୍ଫନ୍‌ ବାତ୍ୟାରେ ଜିଲାର ୧୫୯୨ ରାଜସ୍ବ ଗ୍ରାମରେ କ୍ଷତି ହୋଇଛି। ୪୭୮ ହେକ୍ଟର ଚାଷ କ୍ଷତି ହୋଇଥିବା ବେଳେ ୧୪୫୧ଟି ଘର ଭାଙ୍ଗିଛି। ସେହିପରି ୮,୭୧,୯୪୩ ପ୍ରାଣୀ ସମ୍ପଦ ପ୍ରଭାବିତ ହୋଇଛନ୍ତି। ଏଥିରେ ୪୬୩.୬୭୩ ଲକ୍ଷ ଟଙ୍କାର ବେସରକାରୀ ଓ ସରକାରୀ ସମ୍ପଦ କ୍ଷତି ହୋଇଛି। ତେବେ ବାତ୍ୟାରେ କୌଣସି ଲୋକ ମୃତାହତ ହୋଇନାହାନ୍ତି। ବାତ୍ୟା ପୂର୍ବରୁ ଜିଲାର ୩୯୮୬୪ ଜଣଙ୍କୁ ନିକଟସ୍ଥ ବାତ୍ୟା ଆଶ୍ରୟସ୍ଥଳୀକୁ ନିଆଯାଇଥିଲା। ବୈଠକରେ ଏଡିଏମ୍‌ ବସନ୍ତ କୁମାର ରାଉତ, ପିଡି ଦିଲୀପ କୁମାର ପରିଡାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri