ବାତ୍ୟା ଅମ୍ଫନ୍‌ ପ୍ରଭାବ: ସର୍ବାଧିକ ବର୍ଷା, ପବନ ରେକର୍ଡ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ପାରାଦୀପଠାରୁ ୧୨୫ କିଲୋମିଟର ଦୂରରେ ରହିଛି ବାତ୍ୟା ଅମ୍ଫନ୍‌। ଘଣ୍ଟାକୁ ୧୪ କିଲୋମିଟର ବେଗରେ ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା, ପବନ ଲାଗି ରହିଛି। କେଉଁଠି ରାତି ସାରା ଝିପି ଝିପି ବର୍ଷା ହେଉଛି ତ କେଉଁଠି ମୂଷଳ ଧାରାରେ ବର୍ଷୁଛି। ଦଲ୍‌କା ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ଅମ୍ଫନ୍‌ ପ୍ରଭାବରେ ଦକ୍ଷିଣ, ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ବର୍ଷା, ପବନ ଲାଗି ରହିଛି। ପାରାଦୀପରେ ସବୁଠୁ ଅଧିକ ବର୍ଷା ଓ ପବନର ବେଗ ରେକର୍ଡ କରାଯାଇଛି। ପାରାଦୀପରେ ସର୍ବାଧିକ ୧୯୭ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲିରେ ୬୦.୪, ଭୁବନେଶ୍ୱରରେ ୪୫.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବାଲେଶ୍ୱରରେ ୫୨.୨, ପୁରୀରେ ୮୨, ଗୋପାଳପୁରରେ ୮.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। କାଲି ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ପବନର ବେଗ ପାରାଦୀପରେ ସର୍ବାଧିକ ରେକର୍ଡ କରାଯାଇଛି। ଏଠାରେ ଘଣ୍ଟାକୁ ୧୧୦ କିଲୋମିଟର ବେଗରେ ପବନ ବହୁଛି। ଚାନ୍ଦବାଲିରେ ୭୪ କିଲୋମିଟର, ଭୁବନେଶ୍ୱରରେ ୫୬, ବାଲେଶ୍ୱରରେ ୫୯, ପୁରୀରେ ୩୯ କିଲୋମିଟର ବେଗରେ ପବନ ବହିଥିବା ରେକର୍ଡ କରାଯାଇଛି। ଏସବୁ ସ୍ଥାନରେ ପବନର ବେଗ କିଛି ମାତ୍ରାରେ ବଢୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri