ବାତ୍ୟା କ୍ଷତିଗ୍ରସ୍ତ ଆକଳନ: ପୁରୀରେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୨୧।୬(ବ୍ୟୁରୋ): ବାତ୍ୟା ଫନୀ କ୍ଷୟକ୍ଷତି ଆକଳନ କରିବା ପାଇଁ ୪ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ପୁରୀ ଗସ୍ତ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅତିରିକ୍ତ ସଚିବ ବିବେକ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଏହି ଟିମ୍‌ ପୁରୀ ଜିଲାର ବିଭିନ୍ନ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କରିବା ସହିତ ଜିଲାପାଳଙ୍କ ସହିତ ଆଲୋଚନା କରିବେ। ଅପରାହ୍ନରେ ସଚିବାଳୟଠାରେ ମୁଖ୍ୟଶାସନ ସଚିବ ଓ ଅନ୍ୟାନ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହିତ କେନ୍ଦ୍ରୀୟ ଟିମ୍‌ର ସଦସ୍ୟମାନେ ଆଲୋଚନା କରିବେ। ଏହି ଟିମ୍‌ ଶନିବାର ଖୋର୍ଦ୍ଧା ଜିଲାର କେତେକ ସ୍ଥାନ ପରିଦର୍ଶନ କରିବା ପରେ ଅପରାହ୍ନରେ ନୂଆ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। କ୍ଷୟକ୍ଷତି ଅନୁଧ୍ୟାନ କରିବା ପରେ ଟିମ୍‌ କେନ୍ଦ୍ର ସରକାରଙ୍କୁ ଚୂଡାନ୍ତ ରିପୋର୍ଟ ପ୍ରଦାନ କରିବେ।
ସୂଚନାଯୋଗ୍ୟ ଯେ, କେନ୍ଦ୍ରୀୟ ଟିମ୍‌ ମେ ୧୨ରୁ ୧୫ ତାରିଖ ମଧ୍ୟରେ ପୁରୀ, କଟକ ଓ ଖୋର୍ଦ୍ଧା ଜିଲାର କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବା ସହ ଲୋକଙ୍କ ସହ ଆଲୋଚନା କରିଥିଲେ। କ୍ଷତିଗ୍ରସ୍ତଙ୍କୁ ରିଲିଫ ମିଳିଛି କି ନାହିଁ, ବାତ୍ୟା ପରେ କି ଅସୁବିଧା ହେଉଛି ଓ ସେମାନଙ୍କ ନଷ୍ଟ ହୋଇଯାଇଥିବା ନଡ଼ିଆ ଗଛ, ଘର ଉଜୁଡ଼ା କ୍ଷେତ ବୁଲି ଦେଖିଥିଲେ। ଗ୍ରାମ ଉନ୍ନୟନ ମନ୍ତ୍ରଣାଳୟ ଅଧୀନରେ ଥିବା ପାନୀୟ ଓ ପରିମଳ ବିଭାଗ ନିର୍ଦ୍ଦେଶକ ଅଜୟ କୁମାରଙ୍କ ନେତୃତ୍ୱରେ ଅନ୍ୟ ଏକ ଟିମ୍‌ ଖୋର୍ଦ୍ଧା ଜିଲାର ଜଟଣୀ ପୌରାଞ୍ଚଳ ପରିଦର୍ଶନ କରିଥିଲେ। କେନ୍ଦ୍ରୀୟ ଟିମ୍‌ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଯିବା ପୂର୍ବରୁ ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି) ବିଷ୍ଣୁପଦ ସେଠୀ ଓ ଅନ୍ୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।
ଏଠାରେ ସୂଚନାଯୋଗ୍ୟ ଯେ, ବାତ୍ୟା ‘ଫନୀ’ ମାଡ଼ରେ ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଜିଲାରେ ପ୍ରଭୂତ କ୍ଷୟକ୍ଷତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri