Posted inଜାତୀୟ

ବାତ୍ୟା ନିସର୍ଗ: ରାଇଗଡ ପାଇଁ ଶହେ କୋଟି ଟଙ୍କା ଘୋଷଣା କଲେ ଠାକରେ

ମୁମ୍ବାଇ,୫।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶୁକ୍ରବାର ବାତ୍ୟା ନିସର୍ଗରେ ରାଇଗଡରେ ହୋଇଥିବା କ୍ଷୟକ୍ଷତି ପାଇଁ ଜରୁରୀକାଳୀନ ୧୦୦ କୋଟି ଟଙ୍କାର ରିଲିଫ୍‌ ଘୋଷଣା କରିଛନ୍ତି। ଏହାସହ ନିସର୍ଗ ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ତୁରନ୍ତ କରିବାକୁ ଠାକରେ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ ମଧ୍ୟ ଠାକରେ ୨ ଦିନ ମଧ୍ୟରେ କ୍ଷୟକ୍ଷତିର ରିପୋର୍ଟ ଦେବା ସହ କୃଷକ ଓ ଗାଁ ଲୋକଙ୍କୁ ଶୀଘ୍ର ସହାୟତା ଦେବାକୁ ଅଧିକାରୀମାନଙ୍କୁ କହିଥିଲେ। ସୂଚନାଯୋଗ୍ୟ, ଠାକରେ ଶୁକ୍ରବାର ରାଇଗଡର ଅଲିବଗ ଗସ୍ତ କରି ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ନିସର୍ଗରେ ମୃତ୍ୟୁ ହୋଇଥିବା ୬ ଜଣଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ଖୁବ୍‌ଶୀଘ୍ର ରାଇଗଡରେ ବିଦ୍ୟୁତ ଯୋଗାଣ ଉପରେ ଧ୍ୟାନ ଦେବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri