ବାତ୍ୟା ନିସର୍ଗକୁ ନେଇ ଚିନ୍ତାରେ ବଲିଉଡ୍‌ ଷ୍ଟାର୍‌, ଲୋକଙ୍କୁ ସତର୍କ ରହିବାକୁ ଦେଲେ ପରାମର୍ଶ

ବାତ୍ୟା ଅମ୍ଫନ୍‌ ପରେ ଏବେ ‘ନିସର୍ଗ’କୁ ନେଇ ଚିନ୍ତା ବଢିଯାଇଛି। ଏହି ବାତ୍ୟାର ପ୍ରଭାବ ମହାରାଷ୍ଟ୍ର ଏବଂ ଗୁଜରାଟ ଉପରେ ରହିଛି। ବୁଧବାର ଅପରାହ୍ନରେ ବାତ୍ୟା ନିସର୍ଗ ସ୍ଥଳଭାଗ ଛୁଇଁବ। ଏବେ ଏହା ମୁମ୍ବାଇଠାରୁ ମାତ୍ର ୧୫୦ କିମି ଦୂରରେ ରହିଛି। ସ୍ଥଳଭାଗ ଛୁଇଁବା ପରେ ପବନର ବେଗ ୧୦୦ରୁ ୧୨୦ ରହିବ ବୋଲି ଜଣାପଡିଛି। ଏହି ବାତ୍ୟାକୁ ନେଇ ଚିନ୍ତାରେ ଲୋକଙ୍କ ସତର୍କ ରହିବାକୁ ଅନୁରୋଧ କରିଛନ୍ତି ବଲିଉଡ୍‌ ସେଲିବ୍ରିଟି। ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଟୁଇଟ୍‌ କରି କହିଛନ୍ତି, ବାତ୍ୟା ନିସର୍ଗ ମୁମ୍ବାଇ ମୁହାଁ ହୋଇଛି। ଯେଉଁଠାରେ ମୋ ଭାଇ ଏବଂ ମାଙ୍କ ସମେତ ୨୦ ମିଲିୟନରୁ ଅଧିକ ଲୋକ ବାସ କରନ୍ତି। ୧୮୯୧ ପରଠାରୁ ମୁମ୍ବାଇ ଏଭଳି ଭୟଙ୍କର ଘୂର୍ଣ୍ଣିବଳୟର ସମ୍ମୁଖୀନ ହୋଇ ନାହିଁ ବୋଲି ସେ କହିଛନ୍ତି। ସେହିପରି ମାଧୁରୀ ଦୀକ୍ଷିତ୍‌ କହିଛନ୍ତି, ଏବେ ପରିବେଶ ପୂରା ଶାନ୍ତ ଅଛି। ବୋଧହୁଏ ବାତ୍ୟା ଆସିବା ପୂର୍ବର ସଙ୍କେତ। କରୋନା ମହାମାରୀ ନ ଯାଉଣୁ ଏବେ ବାତ୍ୟା। ମୁମ୍ବାଇ ପାଇଁ ଏହା କଠିନ ସମୟ ବୋଲି ସେ କହିଛନ୍ତି। ଅଭିନେତା ଅକ୍ଷୟ କୁମାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri