ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ଅନୁଧ୍ୟାନ କଲା ପ୍ରଶାସନ

ଛତ୍ରପୁର,୧ା୫(ଡି.ଏନ.ଏ)-ସମ୍ଭାବ୍ୟ ବାତ୍ୟା ‘ଫନୀ’ ମୁକାବିଲା ନେଇ ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଛତ୍ରପୁର ବ୍ଲକ ଓ ତହସିଲ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମଙ୍ଗଳବାର ଛତ୍ରପୁର ବିଡିଓ ଅମ୍ବିକା ଦାଶ, ତହସିଲଦାର ନୀଳମାଧବ ଭୋଇ ଏବଂ ଅନ୍ୟ ଅଧିକାରୀମାନେ ବ୍ଲକର ବିଭିନ୍ନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ, ସ୍କୁଲ, ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନା ଆଦିକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୂଚନା ପାଇବା ମାତ୍ରେ ସମୁଦ୍ରକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବ। ଆଶ୍ରୟସ୍ଥଳୀରେ ରୋଷେଇ ପାଇଁ ବିଭିନ୍ନ ସାମଗ୍ରୀ ପହଞ୍ଚି ସାରିଛି। ଜିଲାର ସମସ୍ତ ପଞ୍ଚାୟତରେ ଧେଣ୍ଡୁରା ଦ୍ୱାରା ବାତ୍ୟା ସମ୍ପର୍କିତ ସୂଚନା ଦିଆଯିବା ସହ ସତର୍କ ରହିବାକୁ କୁହାଯାଇଥିଲା। ଅପରାହ୍ନରେ ଛତ୍ରପୁର ବ୍ଲକରୁ  ଏକ ଗାଡି ବାହାରି ସମସ୍ତ ଗାଁରେ ବାତ୍ୟା ସମ୍ପର୍କରେ ସୂଚନା ଦେଇଛି। ଏଥିସହ ପରେ ବ୍ଲକ ସମ୍ମିଳନୀ ଗୃହରେ ଏକ  ପ୍ରସ୍ତୁତି  ବୈଠକ ବିଡିଓ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ତହସିଲଦାର, ସିଡିପିଓ କ୍ରିଷ୍ଣା କୁମାରୀ ନନ୍ଦ, ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀ, ଏବିଡିଓ ପ୍ରଦୀପ କୁମାର ପଣ୍ଡାଙ୍କ ସମେତ ଜିଲା ପରିଷଦ ସଭ୍ୟ ଏସ୍‌ କିଶୋର ରେଡ୍ଡୀ, ସରପଞ୍ଚ, ସମିତିସଭ୍ୟ ଏବଂ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଲୋକଙ୍କୁ ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସୂଚନା ସହ ସୁରକ୍ଷିତ ସ୍ଥାନଙ୍କୁ ସ୍ଥାନାନ୍ତର, ରିଲିଫ୍‌ ବଣ୍ଟନ ଆଦି ଉପରେ ଆଲୋଚନା ହୋଇଥିଲା। ବ୍ଲକର ସାନଆର୍ଯ୍ୟପଲ୍ଲୀ, କାଳିପଲ୍ଲୀ, କଣମଣା ଓ  ଅଗସ୍ତିନୂଆଗାଁ ପଞ୍ଚାୟତର ବିଭିନ୍ନ ଗାଁ ସମୁଦ୍ର ଉପକୂଳ ନିକଟରେ ରହିଛି। ଜିଲାର ସମସ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌…

ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri