Posted inରାଜ୍ୟ

ବାତ୍ୟା: ୧୮ରୁ ଉପକୂଳରେ ବର୍ଷା,ପବନ; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର, ୧୪ା୫(ବ୍ୟୁରୋ)- ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ଝଡ଼ରେ ପରିଣତ ହେବ । ସମୁଦ୍ର ମଧ୍ୟରେ ଅଧିକ ସମୟ ରହୁଥିବାରୁ ବାତ୍ୟା ଆହୁରି ଅଧିକ ବଳ ଗୋଟାଇ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି । ପ୍ରଥମେ ଏହା ପଶ୍ଚିମ ଉତ୍ତର-ଉତ୍ତର- ପଶ୍ଚିମ ଦିଗ ଦେଇ ଗତି କରିବ। ଏହା ପରେ ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୮ ତାରିଖ ମଧ୍ୟାହ୍ନରୁ ପୁରୀ, ଗଞ୍ଜାମ, ଗଜପତି, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ଆରମ୍ଭ ହେବ। ମେ ୧୯ ତାରିଖରେ ଉପକୂଳବର୍ତ୍ତୀ ଜିଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଉପକୂଳରେ ଘଣ୍ଟାକୁ ୭୦ରୁ ୮୦ କି.ମି. ବେଗରେ ପବନ ବହିବ। ତେବେ ୧୫ ତାରିଖରୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିବ। ସେହିପରି ୧୬ ତାରିଖରୁ ପବନର ବେଗ ୫୫ରୁ ୬୮ ଏବଂ ବେଳେ ବେଳେ ୭୫ କି.ମି. ବେଗରେ ବହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୧୭ ଓ ୧୮ ତାରିଖରେ ପବନ ୭୦ରୁ ୮୦ ଓ ବେଳେ ବେଳେ ୯୦ କି.ମି. ବେଗରେ ବହିବ । ଶୁକ୍ରବାର ଠାରୁ ମତ୍ସ୍ୟଜୀବୀମାନେ ଗଭୀର ସମୁଦ୍ରକୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯାଇଛନ୍ତି ସେମାନେ ତୁରନ୍ତ ଫେରି ଆସିବାକୁ କୁହାଯାଇଛି।
ତେବେ ଓଡ଼ିଶା ଉପରେ କି ପ୍ରଭାବ ପଡ଼ିବ ସେ ନେଇ ପାଣିପାଗ ବିଭାଗ ଏ ପର୍ଯ୍ୟନ୍ତ ସ୍ପଷ୍ଟ କରି ନାହିଁ। କେତେକ ପାଣିପାଗ ମଡେଲ ବାତ୍ୟା ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଦେଇ ଅତିକ୍ରମ କରିବ ବୋଲି ଆକଳନ କରୁଥିବା ବେଳେ ଆଉ କେତେକ ମଡେଲ ବାତ୍ୟା ପଶ୍ଚିମବଙ୍ଗ ଓ ବାଂଲାଦେଶ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ ବୋଲି କୁହାଯାଉଛି। ତେବେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ବାତ୍ୟାର ରୂପରେଖ ଓ ଗତି ବିଷୟରେ ସ୍ପଷ୍ଟ ସୂଚନା ମିଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ବାତ୍ୟା ଦାନ ବାନ୍ଧୁଥିବାରୁ ରାଜ୍ୟରେ ତାତି ବଢିଛି। ରାଜ୍ୟର ୭ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୧.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ତାଳଚେର ୪୨.୧, ସମ୍ବଲପୁର ୪୦.୫, ଭବାନୀପାଟଣା ୪୦.୭, ବଲାଙ୍ଗୀର ୪୦.୫, ମାଲକାନଗିରି ୪୧, ପାରଳାଖେମୁଣ୍ଡି ୪୦.୭, ଅନୁଗୋଳ ୩୯.୭, ଝାରସୁଗୁଡା ୩୯.୨, ହୀରାକୁଦ ୩୯.୮ ଏବଂ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୯.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଅଳ୍ପ କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri