ବାତ୍ୟାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର, ୫।୧୧(ବ୍ୟୁରୋ) : ଉତ୍ତର ଆଣ୍ଡାମାନରେ ସୃଷ୍ଟି ଲଘୁଚାପ ବାତ୍ୟାର ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି। ଏପରିକି ଉପକୂଳ ଓଡ଼ିଶାରେ ବାତ୍ୟା ମାଡ଼ ହେବ ବୋଲି ଖବର ପ୍ରକାଶ ପାଉଛି। ଏହାକୁ ନେଇ ସାଧାରଣ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ଓଡ଼ିଶାରେ ବାତ୍ୟାର ଆଶଙ୍କା ଏଯାଏ ସ୍ପଷ୍ଟ ହୋଇ ନାହିଁ। ତେଣୁ ଲୋକମାନେ ଏବେଠାରୁ ଆତଙ୍କିତ ହୁଅ ନାହିଁ। କୌଣସି ଗୁଜବରେ ବିଶ୍ୱାସ ନ କରି ପାଣିପାଗ ବିଭାଗର ଆକଳନ ଉପରେ ବିଶ୍ୱାସ କରିବାକୁ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଗଣମାଧ୍ୟମକୁ କହିଛନ୍ତି।
ଏ ନେଇ ଜେନା ବିଭିନ୍ନ ଜିଲାପାଳଙ୍କୁ ମଧ୍ୟ ଅବଗତ କରାଇଛନ୍ତି। ଜିଲାମାଳମାନଙ୍କ ପାଖକୁ ଏସ୍‌ଆର୍‌ସି ଦେଇଥିବା ପତ୍ରରେ ଉଲ୍ଲେଖ କରାଯାଇଛି ଯେ, ଉତ୍ତର ଆଣ୍ଡାମାନରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ତାହା ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଏବେ ଏହା ପାରାଦୀପଠାରୁ ୯୫୦ କିମି ଦୂରରେ ରହିଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଡିପ୍‌ ଡିପ୍ରେସନର ରୂପ ନେବା ସହ ୨୪ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେବାର ଅଶଙ୍କା ରହିଛି। ପ୍ରଥମେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ପରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। କିନ୍ତୁ ଓଡ଼ିଶା ଉପକୂଳରେ ବାତ୍ୟାର ଆଶଙ୍କା ରହିଛି କି ନାହିଁ ସେ ନେଇ ଆଇଏମ୍‌ଡି ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ। ତେବେ ଏହାର ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ଏଥିପ୍ରତି ସତର୍କ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri