ବାତ୍ୟାରେ ୩,୨୧୪ ହେକ୍ଟର ଫସଲ କ୍ଷତିଗ୍ରସ୍ତ

କଣାସ, ୨।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ହୋଇଥିବାବେଳେ ଚାଷ ଜମି ସବୁ ଉଜୁଡ଼ି ଯାଇଛି। ଡେଲାଙ୍ଗ ବ୍ଲକରେ ୬,୭୫୯ ଚାଷୀଙ୍କର ୩,୨୧୪ହେକ୍ଟର ଖରାଟିଆ ଧାନ, ମୁଗ ଆଦି ଫସଲ କ୍ଷତିଗ୍ରସ୍ତ ହୋଇଥିବା କୃଷି ବିଭାଗ ଆକଳନରୁ ଜଣାପଡିଛି। ଏହି ସବୁ ଜମିରେ ୩୩ ପ୍ରତିଶତରୁ ଶତପ୍ରତିଶତ ଫସଲ କ୍ଷତିଗ୍ରସ୍ତ ହୋଇଛି ବୋଲି ସହକାରୀ କୃଷିଅଧିକାରୀ ରାକେଶ ରାଉତ ସୂଚନା ଦେଇଛନ୍ତି। କ୍ଷତିଗ୍ରସ୍ତ ଜମିର ଚିହ୍ନଟ ଓ ଏହାର ଚାଷୀଙ୍କ ନାମ କୃଷି ବିଭାଗ ସଂଗ୍ରହ କରିଥିଲେ ମଧ୍ୟ ଜମିର ମାଲିକାନା ନେଇ ରାଜସ୍ବ ନିରୀକ୍ଷକଙ୍କ ରିପୋର୍ଟ ଆବଶ୍ୟକ ହେଉଥିବାରୁ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ମିଳିବା ବିଳମ୍ବିତ ହୋଇଛି। ରାଜସ୍ବ ନିରୀକ୍ଷକମାନେ ଏବେ ଘର ଭଙ୍ଗା ଏବଂ ଅନ୍ୟାନ୍ୟ କ୍ଷୟକ୍ଷତିର ଆକଳନ କରୁଛନ୍ତି। ଦିନରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିବା ଓ କମ୍ପ୍ୟୁଟର ଲିଙ୍କ୍‌ ନ ଥିବା ଯୋଗୁ କୃଷି ବିଭାଗ କିମ୍ବା ଆର.ଆଇଙ୍କ ପକ୍ଷରୁ ଭୁଲେଖ ୱେବସାଇଟ୍‌ ମାଧ୍ୟମରେ କ୍ଷତିଗ୍ରସ୍ତ ଜମିର ମାଲିକାନା ନିର୍ଣ୍ଣୟ ହୋଇପାରୁ ନାହିଁ। ଅନ୍ୟ ପକ୍ଷରେ ଚାଷୀମାନେ କ୍ଷତିଗ୍ରସ୍ତ ଜମିର ଫସଲ ଅମଳ ଆରମ୍ଭ କରିଛନ୍ତି। ସରକାରୀ ତଦନ୍ତକୁ ଅପେକ୍ଷା କଲେ ବାତ୍ୟାରୁ ବର୍ତ୍ତିଥିବା ଫସଲ ଉଜୁଡିଯିବା ଆଶଙ୍କା ରହିଛି। କ୍ଷତିଗ୍ରସ୍ତ ଜମିର ଚାଷୀଙ୍କୁ ଚିହ୍ନଟ କରି ହେକ୍ଟର ପ୍ରତି ଧାର୍ଯ୍ୟ ହୋଇଥିବା ୧୩ ହଜାର ଟଙ୍କା ସହାୟତା ବିତରଣ ପ୍ରକ୍ରିୟା ତ୍ୱରାନିତ କରିବା ପାଇଁ ବିପନ୍ନ ଚାଷୀମାନେ ଦାବିକରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri