ବାନ୍ଦ୍ରା ରେଲଓ୍ବେ ଷ୍ଟେଶନର ୧୩୦ ବର୍ଷ ପୂର୍ତ୍ତି ଅବସରରେ ସ୍ପେଶାଲ ଡାକ ଟିକେଟ ଉନ୍ମୋଚନ କଲେ ଶାହରୁଖ

ମୁମ୍ବାଇ: ମୁମ୍ବାଇର ପପୁଲାର ବାନ୍ଦ୍ରା ଷ୍ଟେଶନକୁ ୧୩୦ ବର୍ଷ ପୂରିଛି। ଏହି ଅବସରରେ ଶୁକ୍ରବାର ବଲିଉଡ୍‌ ବାହଶାହ ଶାହରୁଖ ଖାନ ପୋଷ୍ଟାଲ ଏନ୍‌ଭଲପ୍‌ ଓ ଡାକ ଟିକେଟ ଉନ୍ମୋଚନ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରରେ ବାନ୍ଦ୍ରା ରେଲଓ୍ବେ ଷ୍ଟେଶନରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଶାହରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପଶ୍ଚିମ ରେଲଓ୍ବେ ଅଧିକାରୀମାନଙ୍କ ପାଇଁ ଡାକ ଟିକେଟ ଜାରି କରିଥିଲେ। ଏହି କାର୍ଯ୍ୟକ୍ରମରେ ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଆଶୀଷ ଶୋଲାର ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ। ଶାହରୁଖଙ୍କୁ ଦେଖିବା ପାଇଁ ଷ୍ଟେଶନରେ ଲୋକଙ୍କ ଭିଡ଼ ଜମିଥିବା ବେଳେ ପୋଲିସ ଫୋର୍ସ କଡ଼ା ସୁରକ୍ଷା ବଳୟରେ ତାଙ୍କୁ କାର୍ଯ୍ୟକ୍ରମ ସ୍ଥଳକୁ ନେଇଥିଲେ। ଆୟୋଜିତ ସଭାକୁ ସମ୍ବୋଧିତ କରି ଶାହରୁଖ କହିଛନ୍ତି, ଫିଲ୍ମରେ ସେ ବହୁ ଅଭିନେତ୍ରୀଙ୍କ ସହ ରେଲଓ୍ବେ ଷ୍ଟେଶନରେ ରୋମାଣ୍ଟିକ ସିନ୍‌ ଶୁଟିଂ କରିଛନ୍ତି। ହେଲେ ବାନ୍ଦ୍ରା ଷ୍ଟେଶନକୁ କେବେ ଆସି ନାହାନ୍ତି ବୋଲି ସେ କହିଛନ୍ତି। ଏଥିସହ ଏହି ଡାକ ଟିକେଟକୁ ବ୍ୟବହାର କରିବା ପାଇଁ ସେ ଲୋକଙ୍କୁ ନିବେଦନ କରିଛନ୍ତି। ସୂଚନାଯୋଗ୍ୟ, ବାନ୍ଦ୍ରା ଷ୍ଟେସନର ବିଲଡିଂକୁ ଐତିହ୍ୟ ସ୍ଥଳୀର ମାନ୍ୟତା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri