ଉଦଳା ,୩୧ା୧(ଡ଼ି.ଏନ୍.ଏ.)- ନିଶା ଯେ ମଣିଷକୁ କେଉଁ ସ୍ତରକୁ ନେଇଯାଇପାରେ ତାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ପାଟଶାଣୀପୁର ପଞ୍ଚାୟତର ଖଲାଡି ଗ୍ରାମରେ। ଏହି ଗ୍ରାମର ଜଣେ ନିଶାସକ୍ତ ବ୍ୟକ୍ତି ତାଙ୍କ ୮ ବର୍ଷର ଝିଅକୁ ମାଡ଼ ମାରି ଲହୁଲୁହାଣ କରିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ସ୍ଥାନୀୟ ଲୋକେ ସମ୍ପୃକ୍ତ ବ୍ୟକ୍ତିଙ୍କ ହାତ ଗୋଡ଼ ବାନ୍ଧି ଗ୍ରାମ ରାସ୍ତାରେ ପକାଇ ଦେଇଥିଲେ। ପରେ ପୋଲିସ ପହଞ୍ଚି ତାଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି।
ସୂଚନା ଅନୁଯାୟୀ, ଖଲାଡି ଗ୍ରାମର ରମେଶ ଚନ୍ଦ୍ର ମୁର୍ମୁ ବୁଧବାର ସନ୍ଧ୍ୟାରେ ନିକଟସ୍ଥ ସାପ୍ତାହିକ ହାଟକୁ ଯାଇ ରାତିରେ ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲେ ା ତାଙ୍କ ପଡୋଶୀଙ୍କ ଘରେ କୌଣସି କଥାକୁ ନେଇ ଝଗଡା ହେଉଥିବା ବେଳେ ରମେଶ ଉକ୍ତ ଘଟଣାରେ ମୁଣ୍ଡ ପୂରାଇଥିଲେ। ଯାହାକୁ ନେଇ ରମେଶ ଏବଂ ପଡୋଶୀଙ୍କ ମଧ୍ୟରେ ଝଗଡ଼ା ଲାଗିଥିଲା ା ଏହି ସମୟରେ ୮ ବର୍ଷର ଝିଅ ତାଙ୍କ ନିକଟକୁ ଯାଇଥିଲେ। ମାତ୍ର ନିଶାସକ୍ତ ଅବସ୍ଥାରେ ରମେଶ ଝିଅକୁ ଏକ ବାଡିରେ ନିର୍ଦ୍ଦୟ ଭାବେ ପିଟିଥିଲେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଝିଅକୁ ଉଦ୍ଧାର କରି ଚିକିତ୍ସା ପାଇଁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ରମେଶଙ୍କୁ କାବୁ କରି ତାଙ୍କ ହାତ ଗୋଡ ବାନ୍ଧି ଗ୍ରାମ ରାସ୍ତାରେ ପକାଇ ଦେଇଥିଲେ ା ଦୀର୍ଘ ସମୟ ଧରି ସେ ପଡ଼ି ରହିବା ପରେ ପୋଲିସ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲା ା ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ା ଏନେଇ ଥାନାରେ ଏକ ମାମଲା(ନଂ.୨୯/୨୦୨୦) ରୁଜୁ ହୋଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍ପି
ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...
Archives


